ଧନୁର୍ଜୟପୁର, ବାଙ୍ଗର ପଞ୍ଚାୟତରେ ପ୍ରବାସୀଙ୍କ ଲାଗି ୨ ଆଇସୋଲେଶନ କେନ୍ଦ୍ର ପ୍ରସ୍ତୁତ

ହାଟଡିହୀ,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଙ୍ଗଲ ପାହାଡ଼ ଘେରାରେ ଧନୁର୍ଜୟପୁର ପଞ୍ଚାୟତ ଅଧୀନରେ ୧୨ଟି ଏବଂ ବାଙ୍ଗର ଅଧୀନରେ ୧୨ଟି ୱାର୍ଡ ରହିଛି। ଏହି ପଞ୍ଚାୟତରେ ଶତକଡା ୭୦ଭାଗ ଲୋକ ଆଦିବାସୀ ଶ୍ରେଣୀର ଅଟନ୍ତି। କରୋନା ମୁକାବିଲା ଲାଗି ଉଭୟ ପଞ୍ଚାୟତ ପକ୍ଷରୁ କୁଶଟିକିରି ଓ ବାଙ୍ଗର ସ୍କୁଲଠାରେ ୫୦ ଶଯ୍ୟା ବିଶିଷ୍ଟ ୨ଟି ଆଇସୋଲେଶନ କେନ୍ଦ୍ର ଖୋଲାଯାଇଛି। ଉଭୟ ପଞ୍ଚାୟତରେ ପ୍ରାୟ ୪୦୦ ଲୋକ ବାହାର ରାଜ୍ୟରେ ଥିବା ନାମ ପଞ୍ଜୀକରଣ କରିଛନ୍ତି। ଆଗକୁ ଶଯ୍ୟା ସଂଖ୍ୟା ଆହୁରି ଶହେକୁ ବୃଦ୍ଧି କରାଯିବ ବୋଲି ସରପଞ୍ଚ ଅନ୍ନପୂର୍ଣ୍ଣା ରାଉତ ଓ ସୁପ୍ରଭା ରାଉତ କହିଛନ୍ତି। ପଞ୍ଚାୟତ ପକ୍ଷରୁ ୧୨୦ ଜଣଙ୍କୁ ରନ୍ଧାଖାଦ୍ୟ ପ୍ରତିଦିନ ଦିଆଯାଉଛି। ରାଶନ କାର୍ଡ, ନିର୍ମାଣ ଶ୍ରମିକ ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ କରାଯାଇଛି। ପଞ୍ଚାୟତର ଜିଆରଏସ୍‌ ବିନୟ ମଲିକ ଓ ଜୀନତ ଖାତୁନ,ଜେଇ ପ୍ରଶାନ୍ତ ପଣ୍ଡା ଓ ଜ୍ୟୋତି ରଞ୍ଜନ ସାମନ୍ତରାୟ, ସମିତି ସଭ୍ୟା କନକକାନ୍ତି ରାଉତ, ସମିତି ସଭ୍ୟ ବିବେକାନନ୍ଦ ରାଉତ ବିଭିନ୍ନ କାର୍ଯ୍ୟକୁ ପରିଚାଳନା କରୁଛନ୍ତି। ଏଥିସହ ବହୁ ଗରିବ ହିତାଧିକାରୀ ସରକାରୀ ସହାୟତାରୁ ବଞ୍ଚିତ ହୋଇଛନ୍ତି। ସେମାନଙ୍କୁ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟମାନେ ଖାଦ୍ୟ ଓ ଅନ୍ୟାନ୍ୟ ସହାୟତା ଯୋଗାଇ ଦେଉଛନ୍ତି। ଅପରପକ୍ଷେ ଯୁବ ସାମାଜିକ କର୍ମୀ ବିଶ୍ୱଜିତ ରାଉତ ୨୦୦ରୁ ଊର୍ଦ୍ଧ୍ୱ ପରିବାରକୁ ସାବୁନ, ମାସ୍କ, ଚୁଡା, ଗୁଡ଼,ଚାଉଳ, ଡାଲି, ଆଳୁ, ଲୁଣ, ବଣ୍ଟନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri