ଧନେଇ ଡ୍ୟାମରେ ବୁଡି ନାବାଳକ ମୃତ

ପୋଲସରା/ହାତୀଓଟ,୨୯ା୯- ପୋଲସରା ବ୍ଲକ ଧନେଇ ଡ୍ୟାମରେ ରବିବାର ଗାଧୋଇଯିବାବେଳେ ଗୋଡ ଖସିଯିବାରୁ ପଥରତଳେ ଚାପି ହୋଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିରିକିପଡା ଶାସନ ଆଡୁାଆସାହିର ମନୁ ସାହୁଙ୍କ ପୁତ୍ର ସିଦ୍ଧାନ୍ତ (୧୪)। ରବିବାର ଛୁଟି ଥିବାରୁ ସାଙ୍ଗମାନଙ୍କ ସହ ସିଦ୍ଧାନ୍ତ ଧନେଇ ଡ୍ୟାମକୁ ଗାଧୋଇ ଯାଇଥିଲେ। ପଥରରେ ଶିଉଳି ଲାଗିଥିବାରୁ ସିଦ୍ଧାନ୍ତଙ୍କ ଗୋଡ ଖସି ଯାଇଥିଲା। ପାଣିଧାରରେ ଭାସିଯିବାପରେ ଏକ ପଥର ଖଣ୍ଡ ଗଡି ଗଡି ଯାଇ ତାଙ୍କୁ ଚାପି ଦେଇଥିଲେ। ସେ ପଥର ତଳେ ଚାପି ହୋଇ ରହି ଯାଇଥିଲେ। ଫଳରେ ଏହାତଳେ ଚାପି ହୋଇ ସିଦ୍ଧାନ୍ତଙ୍କ ମୃତ୍ୟୁ ଘଟିଥିଲା। ଖବର ପାଇ ଚିରିକିପଡା ଶାସନ ଗ୍ରାମବାସୀ ଘଟଣା ସ୍ଥଳରେ ପହଞ୍ଚତ୍ ପୋଲସରା ଦମକଳ କେନ୍ଦ୍ରକୁ ଖବର ଦେବାସହ ଗ୍ରାମରେ ଥିବା ଏକ ଜେସିବି ସହାୟତାରେ ପଥର ଖଣ୍ଡକୁ ଉଠାଇ ନାବାଳକଙ୍କୁ ଉଦ୍ଧାର କରାଯାଇଥିଲା। ପରେ ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡା. ଗୋପବନ୍ଧୁ ବେହେରା ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମେଡିକାଲରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇବା ସହ ନଂ.୧୦/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଥାନା ଏଏସ୍‌ଆଇ ବାବୁଲାଲ ରାଉଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri