ଧନ୍ଦାମୂଳକ ତାଲିମ ନେବେ ଭିକାରି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବିଭିନ୍ନ ଦେବାଳୟ ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଭିକାରିମାନଙ୍କୁ ଧନ୍ଦାମୂଳକ ତାଲିମ ଦିଆଯିବ। ସେମାନେ କିପରି ସ୍ବାଭିମାନର ସହ ବଞ୍ଚିପାରିବେ ସେ ନେଇ ବ୍ୟବସ୍ଥା ହେବ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ ପୁରୀରେ ଧନ୍ଦାମୂଳକ ତାଲିମ କେନ୍ଦ୍ର ସ୍ଥାପନ କରାଯିବ। ପରବର୍ତ୍ତୀ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଭିକାରିମାନଙ୍କୁ ତାଲିମ ଦିଆଯିବା ବ୍ୟବସ୍ଥା କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି ଯେ, ରାଜ୍ୟ ସରକାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଏବଂ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରର ବିକାଶମୂଳକ କାର୍ଯ୍ୟ ହାତକୁ ନେଇଛନ୍ତି। ଏହି ଦୁଇଟି ବୃହତ୍‌ ପର୍ଯ୍ୟଟନସ୍ଥଳକୁ ବହୁସଂଖ୍ୟାରେ ପର୍ଯ୍ୟଟକ ଆସିଥାନ୍ତି। ତେଣୁ ଏହି ଦୁଇ ସ୍ଥାନର ଭିକାରିମାନଙ୍କୁ ଖୁବ୍‌ଶୀଘ୍ର ଥଇଥାନ କରାଯିବ। ରାଜ୍ୟର ବିିଭିନ୍ନ ଦେବାଳୟ, ଟ୍ରାଫିକ, ରେଳଷ୍ଟେଶନ ଆଦି ସ୍ଥାନରେ ଭିକ୍ଷାବୃତ୍ତି କରୁଥିବା ଲୋକମାନଙ୍କୁ ପର୍ଯ୍ୟାୟ କ୍ରମେ ଥଇଥାନ କରାଯିବ। ସେ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri