ଧବଳେଶ୍ୱର ପୀଠରେ ମାତିଲେ ମହିଳା ଲୁଟେରା : ୪ ସୁନାଚେନ ଲୁଟ୍‌, ଜଣେ ଅଟକ

ଖୁଣ୍ଟୁଣୀ,୨୮।୧୦(ଡି.ଏନ.ଏ.)- କାର୍ତ୍ତିକ ମାସର ତୃତୀୟ ପାଳିର ସୋମବାରରେ ଧବଳେଶ୍ୱରଙ୍କ ପୀଠରେ ପୂର୍ବ ଅପେକ୍ଷା ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଛି। ପ୍ରାୟ ୧୮ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆସିଥିବା ଦେବୋତ୍ତର ସୁପରଭାଇଜର କରୁଣାକର ବେହେରା କହିଛନ୍ତି। କିନ୍ତୁ ଏହି ଭିଡ଼ ମଧ୍ୟରେ କେତେକ ମହିଳା ଲୁଟ୍‌ କରିବାକୁ ପଛାଇ ନାହାନ୍ତି। ଭିଡ ସ୍ଥାନରେ ସିସିଟିଭି କ୍ୟାମେରା ଲାଗିଥିଲେ ମଧ୍ୟ ୪ଜଣ ମହିଳାଙ୍କ ଠାରୁ ସୁନାଚେନ ଲୁଟ ହୋଇଯାଇଛି। ପୋଲିସ ସିସିଟିଭି ଯାଞ୍ଚ କରିବା ପରେ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି। ସୂଚନା ମୁତାବକ, ଠାକୁରଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରରୁ ଭକ୍ତ ଆସି ରାତି ୪ଟାରୁ ଅପେକ୍ଷା କରିଥାନ୍ତି। କିନ୍ତୁ ସାଢ଼େ ୮ଟାରୁ ୧୦ଟା ମଧ୍ୟରେ ଭିଡ ଏତେମାତ୍ରାରେ ବଢ଼ିଯାଇଥିଲା ଯେ ଗୁରୁଡିଝାଟିଆ ଥାନା ଅଧିକାରୀ ବିଜୟ କେତନ ବିସି, ଚୌଦ୍ୱାର ଏସ୍‌ଡିପିଓ ପ୍ରଶାନ୍ତ କୁମାର ମଲ୍ଲ ଓ ୧ ପ୍ଲାଟୁନ ର୍ଫୋସ ଏହାକୁ ନିୟନ୍ତ୍ରଣ କରିବାକୁ ନାକେଦମ ହୋଇଥିଲେ। ଏହି ଭିଡ଼ବେଳେ ଭୋଗ ମଣ୍ଡପ ପାଖରୁ କେନ୍ଦ୍ରାପଡ଼ା ଜିଲା ନିକିରେଇ ଗ୍ରାମର ମଧୁସ୍ମିତା ସାହୁ, ବଡମୁଣ୍ଡୁଳି ଗ୍ରାମର ନଳିନୀ ପ୍ରଭ ଦାସ, ବଡ଼ଚଣାର ଚପଳା ବିଶ୍ୱାଳ ଓ ଛତିଆର ସୁଜାତା ମଲ୍ଲିକଙ୍କଠାରୁ ୪ଟି ସୁନାହାର ଓ ଚେନ ଲୁଟି ନେଇଯାଇଥିଲେ। ପରେ ସେମାନେ ସ୍ଥାନୀୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ କେଶ ନଂ. ୧୦୫/୧୯ରେ ରୁଜୁ କରି ସିସିଟିଭି ଯାଞ୍ଚ କରିଥିଲେ। ଏଥିରେ ଜଣେ ମହିଳାଙ୍କ ଲୁଟ କରୁଥିବା ଜାଣି ଅଟକ ରଖିଥବା ବେଳେ ତାଙ୍କଠାରୁ ନଗଦ ଟଙ୍କା ଜବତ କରିଛି। ତାଙ୍କ ସହ ଆଉ ୪ଜଣ ମହିଳା ଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri