ଧରା ପଡ଼ିଲା ଇମ୍ରାନ୍‌ଙ୍କ ବନ୍ଧୁ ଚେହେରା: ହାଫିଜ୍‌ ସଇଦ୍‌ଙ୍କ ପାଇଁ ମାଗିଲେ ଟଙ୍କା

ଇସଲାମାବାଦ୍‌,୨୬।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ବନ୍ଧୁ ଚେହେରା ଏବେ ଧରା ପଡ଼ିଯାଇଛି। ଭାରତ ଉପରେ ବାରମ୍ବାର ଆତଙ୍କବାଦୀ ଆକ୍ରମଣ କରାଇଥିବା ବିଶ୍ୱ ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କ ପାଇଁ ଇମ୍ରାନ୍‌ ଜାତିସଂଘକୁ ଅନୁରୋଧ କରିଛନ୍ତି। ଜାତିସଂଘ ପକ୍ଷରୁ ସଇଦ୍‌ଙ୍କ ସମସ୍ତ ବ୍ୟାଙ୍କ ଆକାଉଣ୍ଟ୍‌ ସିଜ୍‌ କରିଦିଆଯାଇଛି। ଇମ୍ରାନ୍‌ ସଇଦ୍‌ଙ୍କ ଲାଗି ଦେଢ଼ ଲକ୍ଷ ଟଙ୍କା ମାଗିଛନ୍ତି। ତାଙ୍କ ପରିବାର ଚଳାଇବା କଷ୍ଟକର ହେଉଥିବାରୁ ଏହା ଉପରେ ବିଚାର କରିବାକୁ ଇମ୍ରାନ୍‌ କହିଛନ୍ତି। ସଇଦ୍‌ ୨୦୦୧ରେ ଭାରତରେ ପାର୍ଲାମେଣ୍ଟ୍‌ ଉପରେ ଆକ୍ରମଣ କରାଇଥିଲେ। ଏହାପରେ ୨୦୦୬ରେ ମୁମ୍ବାଇ ଲୋକାଲ ବିସ୍ଫୋରଣ ଏବଂ ୨୦୦୮ରେ ମୁମ୍ବାଇରେ ହୋଇଥିବା ଆକ୍ରମଣର ସେ ମାଷ୍ଟର ମାଇଣ୍ଡ୍‌ ଥିଲେ। ଭାରତ-ପାକିସ୍ତାନ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଉପରେ ଇମ୍ରାନ୍‌ ପ୍ରଧାନମନ୍ତ୍ରୀ ହେବା ପରେ ସୂଚନା ଦେଇଥିଲେ। ତେବେ ଏବେ ଇମ୍ରାନ୍‌ ବିଶ୍ୱ ଆତଙ୍କବାଦୀ ଘୋଷିତ ସଇଦ୍‌ଙ୍କ ପାଇଁ ଜାତିସଂଘ ଦ୍ୱାରସ୍ଥ ହୋଇଥିବାରୁ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ବିଜେପିର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri