Posted inଜାତୀୟ

ଧରା ପଡ଼ିଲା ଟ୍ରମ୍ପ୍‌ଙ୍କ ମିଛ

ନୂଆଦିଲ୍ଲୀ, ୨୦।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ତେବେ ଏହା ପୂର୍ବରୁ ଟ୍ରମ୍ପ୍‌ ୨ ଦିନରେ କହିଥିବା ୨ଟି ବଡ଼ ମିଛ ଧରାପଡ଼ିଛି। ପ୍ରଥମେ ଫେବୃୟାରୀ ୧୫ରେ ଟ୍ରମ୍ପ୍‌ କହିଥିଲେ ଫେସବୁକ୍‌ରେ ସେ ପ୍ରଥମ ସ୍ଥାନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ପ୍ରକୃତରେ ମୋଦି ପ୍ରଥମ ସ୍ଥାନରେ ଥିବାବେଳେ ଟ୍ରମ୍ପ୍‌ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଫେସବୁକ୍‌ ମୋଦିଙ୍କ ଫଲୋଅର୍ସଙ୍କ ସଂଖ୍ୟା ୪ କୋଟି ୪୩ ଲକ୍ଷ ଥିବାବେଳେ ଟ୍ରମ୍ପ୍‌ଙ୍କର ୨କୋଟି ୭୫ ଲକ୍ଷ ଫଲୋଅର୍ସ ରହିଛନ୍ତି। ସେହିପରି ଫେବୃୟାରୀ ୧୬ରେ ଟ୍ରମ୍ପ୍‌ କହିଥିଲେ ଯେ, ଭାରତ ଗସ୍ତ ସମୟରେ ତାଙ୍କୁ ୭୦ ଲକ୍ଷ ଲୋକ ସ୍ବାଗତ କରିବେ। ମାତ୍ର ଅହମଦାବାଦ୍‌ ନଗର ନିଗମ କମିଶନର ବିଜୟ ନେହେରାଙ୍କ ଅନୁସାରେ ଟ୍ରମ୍ପ୍‌ଙ୍କ ୨୨ କିମି ରୋଡ୍‌ ଶୋରେ ପ୍ରାୟ ଏକ ଲକ୍ଷ ଲୋକ ରହିବେ। ଫଳରେ ଟ୍ରମ୍ପ୍‌ ମିଛ କହିଥିବା ଧରାପଡ଼ିଛି। ସୂଚନାଯୋଗ୍ୟ, ଅହମଦାବାଦ୍‌ ସହରର ଜନସଂଖ୍ୟା ୭୦ରୁ୮୦ ଲକ୍ଷ ମଧ୍ୟରେ। ଏତେ ସଂଖ୍ୟକ ଲୋକ ରୋଡ୍‌ ଶୋରେ ସାମିଲ ହେଲେ ସ୍ଥିତିକୁ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri