ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ : ଥାନାରେ ଏତଲା ଦେବାକୁ ଡିଇଓଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ ଏପରି ନକଲି ଶିକ୍ଷକଙ୍କ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ଧରାପଡ଼ିଥିବା ୯ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାକୁ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ)ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା
କିଛିଦିନ ତଳେ ଗଞ୍ଜାମ ଜିଲାର ୧୩ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିଏଡ୍‌ ସାର୍ଟିଫିକେଟ ଯାଞ୍ଚ ପାଇଁ ଉକତ୍ଳ ବିଶ୍ୱବିଦ୍ୟାଳୟକୁ ପଠାଯାଇଥିଲା ା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକଙ୍କ ଦ୍ୱାରା ଯାଞ୍ଚ ବେଳେ ସେମାନଙ୍କ ମଧ୍ୟରୁ ୮ଜଣଙ୍କ ସାର୍ଟିଫିକେଟର ରୋଲ ନମ୍ବର ତାଲିକା ମଧ୍ୟରେ ନ ଥିବା ଜଣାପଡ଼ିଥିଲା ା ସେହିପରି ଅନ୍ୟ ଜଣେ ଶିକ୍ଷକ ବିଏଡ୍‌ ପରୀକ୍ଷାରେ ଉତ୍ତୀନ୍ନ ହୋଇ ନ ଥିବା ଜଣାପଡିଥିଲା ା ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ପରେ ଶୁକ୍ରବାର ଗଞ୍ଜାମ ଜିଲା ଡିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ୯ ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ବିରୋଧରେ ଥାନାରେ ଏତଲା ଦେବାପାଇଁ ବିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri