ଧରିତ୍ରୀ ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ

ପାରଳାଖେମୁଣ୍ଡି/ମୋହନା, ୧୭ା୧୦ (ସ୍ବ.ପ୍ର./ଡି.ଏନ୍‌.ଏ.): ବେଆଇନ ମଦ କାରବାର ବିରୋଧରେ ଖବର ସଂଗ୍ରହ କରିବା ବେଳେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଗଜପତି ଜିଲା ଚନ୍ଦ୍ରଗିରିର ‘ଧରିତ୍ରୀ’ ଖବରଦାତା ଶ୍ରୀହରି ପ୍ରଧାନ। ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣରେ ଶ୍ରୀହରିଙ୍କ ଛାତି ଓ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ଦୁଇଗୋଡ଼ ଭାଙ୍ଗିଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ସେଠାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଆର୍‌ଆଇ କାର୍ଯ୍ୟାଳୟ ଏବଂ ସ୍କୁଲ ସମ୍ମୁଖରେ କୋରା ମହାଙ୍କୁଡ଼ ମଦ ବ୍ୟବସାୟ ଚଳାଇଥିଲେ। ଏ ସମ୍ପର୍କରେ ଦୀର୍ଘଦିନ ଧରି ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଉଥିଲା। ଗଣମାଧ୍ୟମ ନିକଟରେ ମଧ୍ୟ ଅଭିଯୋଗ ହୋଇଥିଲା। ଶ୍ରୀହରି ମଙ୍ଗଳବାର ସକାଳେ ଏ ସମ୍ପର୍କରେ ଖବର ସଂଗ୍ରହ ପାଇଁ ବନ୍ଧୁ ବିଶ୍ୱନାଥ ଭୂୟାଁଙ୍କ ସହ ଉକ୍ତ ଗ୍ରାମକୁ ଯାଇଥିଲେ। ସେଠାରେ ମଦ କାରବାର ସମ୍ପର୍କରେ ଭିଡିଓ ଏବଂ ବିଭିନ୍ନ ସୂତ୍ରରୁ ତଥ୍ୟ ସଂଗ୍ରହ କରିବାବେଳେ ଗ୍ରାମର ଜିତେନ୍ଦ୍ର ମହାଙ୍କୁଡ଼ ଏବଂ ପ୍ରଶାନ୍ତ ପ୍ରଧାନ ତାଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ସେଦିନ ଶ୍ରୀହରି ଜଣେ ବନ୍ଧୁଙ୍କ ଘରକୁ ଯାଇ ରାତି ପ୍ରାୟ ୧୧ଟା ସମୟରେ ଘରକୁ ଫେରିବା ବେଳେ ମଦ ବ୍ୟବସାୟୀ କୋରା, ପୁଅ ଅରୁଣ ଏବଂ ବରୁଣଙ୍କ ସମେତ ଜିତେନ୍ଦ୍ର ଓ ପ୍ରଶାନ୍ତ ତାଙ୍କୁ ଅଟକାଇ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ସମ୍ପର୍କରେ ଥାନାରେ ଏତଲା ହୋଇଥିବାବେଳେ ପୋଲିସ କେସ୍‌ ନଂ ୧୮୪/୧୯ରେ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ କରିଥିଲା। ଏଥିରେ ୪ ଅଭିଯୁକ୍ତ କୋରା, ଅରୁଣ, ବରୁଣ, ଜିତେନ୍ଦ୍ର ଓ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବୁଧବାର ଖବରଦାତା ସମ୍ମିଳନୀରେ ଆଇଆଇସି ସଜିତ୍‌ କୁମାର ନାୟକ ସୂଚନା ଦେଇଛନ୍ତି। ଖବରଦାତାଙ୍କୁ ଏଭଳି ଆକ୍ରମଣର ତୀବ୍ର ନିନ୍ଦା କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri