ଧରିତ୍ରୀ ପ୍ରଭାବ: ଅଙ୍ଗନୱାଡି କର୍ମୀଙ୍କ ଉପରେ ବର୍ଷିଲେ ଡବ୍ଲ୍ୟୁସିଡିଓ 

ବିଞ୍ଝାରପୁର,୧୩ା୧୦(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ମହିଳା ଓ ସମନ୍ବିତ ଶିଶୁ ବିକାଶ ବିଭାଗର କାର୍ଯ୍ୟକଳାପକୁ ନେଇ ‘ଧରିତ୍ରୀ’ରେ ଗତ ୧୯ତାରିଖରେ ଖବର ପ୍ରକାଶିତ ହୋଇଥିଲା। ସେଥିରେ ବିଞ୍ଝାରପୁର ବ୍ଲକରେ ଚାଲୁଥିବା ଦୁଇଟି ଅଙ୍ଗନୱାଡି କେନ୍ଦ୍ର ଓ ଏଥିରେ ହେଉଥିବା ଅନିୟମିତତା ସମ୍ପର୍କରେ ପ୍ରକାଶ ପାଇଥିଲା। ଏହାର ପ୍ରଭାବ ଶୁକ୍ରବାର ଦେଖିବାକୁ ମିଳିଛି। ଏହି ଖବରର ସତ୍ୟାସତ୍ୟ ଜାଣିବାକୁ ଶୁକ୍ରବାର ଜିଲା ମହିଳା ଓ ଶିଶୁ ବିକାଶ ଅଧିକାରୀ (ଡବ୍ଲ୍ୟୁସିଡିଓ) ବିଜୟାଲକ୍ଷ୍ମୀ ପଣ୍ଡା ବିଞ୍ଝାରପୁର ବ୍ଲକର ଉକ୍ତ ୨ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନରେ ଆସି ତଦନ୍ତ କରି ଫେରିଯାଇଛନ୍ତି। ଏହି ଦୁଇଟି କେନ୍ଦ୍ର ହେଲା ଆଉଁରୀ ପଞ୍ଚାୟତର କରପଦା-୧ ଓ ଉଦ୍ରଙ୍ଗ ପଞ୍ଚାୟତର ସାଇକୂଳ-୧ କେନ୍ଦ୍ର। ଡବ୍ଲ୍ୟୁସିଡିଓଙ୍କ ଏହି ତଦନ୍ତ ସମୟରେ କରପଦା ଅଙ୍ଗନୱାଡି କେନ୍ଦ୍ରର ପରିଚାଳନା ସମ୍ପର୍କରେ ପ୍ରକୃତ ସତ୍ୟ ସାମ୍ନାକୁ ଆସିଥିଲା। ଧରିତ୍ରୀରେ ପ୍ରକାଶିତ ଖବରରେ ସତ୍ୟତା ଥିବା ତଦନ୍ତ ସମୟରେ ଜାଣିବାକୁ ପାଇଥିଲେ। ଏହି ତଦନ୍ତ ସ୍ଥାନୀୟ ଗ୍ରାମବାସୀଙ୍କ ଉପସ୍ଥିତିରେ ହୋଇଥିଲା। କରପଦା ଅଙ୍ଗନୱାଡି କେନ୍ଦ୍ରରେ କର୍ମୀ ଜଣକ ଅନ୍ୟ ବିଦ୍ୟାଳୟର ୫ରୁ ୬ଜଣ ପିଲାଙ୍କୁ ବସାଇ କେନ୍ଦ୍ର ଖୋଲା ରଖୁଥିଲାବେଳେ ପ୍ରକୃତରେ କେନ୍ଦ୍ର ଆଦୌ ଖୋଲାଯାଏ ନାହିଁ ଓ କେନ୍ଦ୍ରରେ ହେଉଥିବା ଅନିୟମିତତା ସମ୍ପର୍କରେ ଡବ୍ଲ୍ୟୁସିଡିଓଙ୍କ ନିକଟରେ ଗ୍ରାମବାସୀ ଫେରାଦ ହୋଇଥିଲେ। ଏପରିକି ଏହି କେନ୍ଦ୍ରରୁ ଶିଶୁଙ୍କ ଭୋଜନ ପାଇଁ ଆସୁଥିବା ଚାଉଳ, ଡାଲିକୁ କେତେଜଣ ରାଜନୈତିକ ବ୍ୟକ୍ତି ନେଇଯାଉଥିବା ଜାଣିବାକୁ ମିଳିଥିଲା। ଏହି ତଦନ୍ତ ସମୟରେ ଡବ୍ଲ୍ୟୁସିଡିଓ ଉକ୍ତ ଅଙ୍ଗନୱାଡି କର୍ମୀଙ୍କ ଉପରେ ବର୍ଷିବା ସହିତ କେନ୍ଦ୍ରର ସମସ୍ତ କାଗଜପତ୍ର ଜବତ କରି ନେଇଥିଲେ। ସେହିପରି ଉଡ୍ରଙ୍ଗ ଗ୍ରାପର ସାଇକୁଳ-୧ ଅଙ୍ଗନୱାଡି କେନ୍ଦ୍ର ତଦନ୍ତ ସମୟରେ ବହୁ ଅନିୟମିତତା ହୋଇଥିବା ଡବ୍ଲ୍ୟୁସିଡିଓ ଜାଣିବାକୁ ପାଇଥିଲେ। ତଦନ୍ତ ସମ୍ପର୍କରେ ଡବ୍ଲ୍ୟୁସିଡିଓ ବିଜୟାଲକ୍ଷ୍ମୀ ପଣ୍ଡାଙ୍କୁ ପଚାରିବାରେ, ବିଞ୍ଝାରପୁର ବ୍ଲକରେ ‘କାଗଜକଲମରେ ଚାଲିଛି ମହିଳା ଓ ଶିଶୁ ବିକାଶ’ ଶୀର୍ଷକ ଧରିତ୍ରୀରେ ପ୍ରକାଶିତ ପରେ ତଦନ୍ତ କରିବାକୁ ଆସିଥିଲେ। ତେବେ ତଦନ୍ତର ବିବରଣୀ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବେ ବୋଲି ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri