ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ

ବରଗଡ଼ ଅଫିସ୍‌,୧।୫-
ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି । ସେ ବର୍ତ୍ତମାନ କଟକ ଏସ୍‌ସିବି ମେଡ଼ିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ଆହତ ଶିଶୁକନ୍ୟଙ୍କ ଉଚ୍ଚତର ଚିକିତ୍ସାର ଆବଶ୍ୟକତା ରହିଛି । ମାତ୍ର ପରିବାର ଲୋକେ ନିହାତି ଗରିବ ହୋଇଥିବା ଯୋଗୁ ତାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି । ଏ ନେଇ ଧରିତ୍ରୀ ପୋର୍ଟାଲ, ଖବରକାଗଜରେ ଖବର ପ୍ରକାଶିତ ହୋଇଥିଲା । ତେବେ ଧରିତ୍ରୀର ପୋର୍ଟାଲ ଖବରକୁ ପଢ଼ି କାନାଡ଼ାରେ ଅବସ୍ଥାନ କରୁଥିବା ପ୍ରବାସୀ ଭାରତୀୟ ତଥା ବରଗଡ଼ ଜିଲା ଅତାବିରା ବ୍ଲକ ବାବେବିରା ଗ୍ରାମର ମୂଳ ବାସିନ୍ଦା ପ୍ରଫେସର କ୍ଷୀରସାଗର ନାଏକ ରୁନିଙ୍କ ଚିକିତ୍ସା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି । ସେ ଆମ ପ୍ରତିନିଧିଙ୍କୁ ରୁନିଙ୍କ ବାପାଙ୍କ ବ୍ୟାଙ୍କ ଆକାଉଣ୍ଟ ନମ୍ବର ମାଗିବା ପରେ ସେହି ଆକାଉଣ୍ଟରେ ୧୫ହଜାର ଟଙ୍କା ସହାୟତା ରାଶି ପଠାଇଛନ୍ତି । କାନାଡ଼ାର ୱାଟର ଲୁ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ପ୍ରଫେସର ନାଏକଙ୍କ ଏଭଳି ବଦାନ୍ୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri