‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌: କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ବରଗଡ଼ ପୌରପରିଷଦ

ବରଗଡ଼ ଅଫିସ,୧୨ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ମଧ୍ୟ ଲାଗୁ କରାଯାଇଛି। ମାତ୍ର ମାଛ, ମାଂସ, ପରିବା ବଜାରଠାରୁ ଆରମ୍ଭ କରି ରାଶନ ବଣ୍ଟନ ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ଅନେକ ରାଶନ ବିତରଣ କେନ୍ଦ୍ରରେ ସାମାଜିକ ଦୂରତ୍ୱ ଆଦୌ ରହୁ ନ ଥିବା ପରିଲକ୍ଷିତ ହୋଇଛି। ଏହା ଜନସାଧାରଣଙ୍କୁ ଅଡୁଆରେ ପକାଇ ଦେଇଥିବାବେଳେ ପୋଲିସ, ପ୍ରଶାସନ ପକ୍ଷରୁ ମଧ୍ୟ ଠୋସ୍‌ ପଦକ୍ଷେପ ନିଆଯାଉ ନ ଥିବା ଦେଖିବାକୁ ମିଳିଛି । ଏ ନେଇ ଗତ ୧୧ ତାରିଖ ଧରିତ୍ରୀ ସଂସ୍କରଣରେ ଏକ ଖବର ପ୍ରକାଶ ପାଇଥିଲା। ଉକ୍ତ ଖବରକୁ ଆଧାର କରି ବରଗଡ଼ ଜିଲା ଯୋଖିପାଲିର ଏକ ସାମାଜିକ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସମେତ ବିଭାଗୀୟ ଅଧିକାରୀଙ୍କୁ ଟୁଇଟ୍‌ କରାଯାଇଥିଲା। ଏହାର ପ୍ରତ୍ୟୁତ୍ତରରେ ବରଗଡ଼ ପୌର ପରିଷଦ ରାଶନ କେନ୍ଦ୍ରଗୁଡ଼ିକରେ ସାମାଜିକ ଦୂରତ୍ୱ ରଖି ଦୈନିକ ୨୫ରୁ ୫୦ ହିତାଧିକାରୀଙ୍କୁ ପିଡିଏସ୍‌(ରାଶନ) ସାମଗ୍ରୀ ଯୋଗାଇ ଦେବା ଏବଂ ଏହା ସହିତ ଦିବ୍ୟାଙ୍ଗ ତଥା ଦୁର୍ବଳ ହିତାଧିକାରୀଙ୍କ ଘରକୁ ରାଶନ ସାମଗ୍ରୀ ପହଞ୍ଚାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି। ସେହିପରି ରାଶନ କେନ୍ଦ୍ରଗୁଡ଼ିକରେ ପୋଲିସ କର୍ମଚାରୀ ମଧ୍ୟ ମୁତୟନ କରାଯାଇଛି। ଏବଂ ସାମାଜିକ ଦୂରତ୍ୱ ଉପରେ ସଚେତନତା ସୃଷ୍ଟି କରାଯାଉଛି ବୋଲି ପୌର ପରିଷଦ କର୍ତ୍ତୃପକ୍ଷ ଉତ୍ତର ରଖିଛନ୍ତି । ମାତ୍ର ବରଗଡ଼ ପୌର ପରିଷଦ ଅଧୀନ ୧ ନଂ ଓ୍ବାର୍ଡର ଏକ ରାଶନ ବିତରଣ କେନ୍ଦ୍ରରେ ରବିବାର ଅସମ୍ଭାଳ ଭିଡ଼ ହେବା ସହିତ ସାମାଜିକ ଦୂରତ୍ୱ ରହି ନ ଥିବା ଦେଖିବାକୁ ମିଳିଥିଲା। ଏହାର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri