ଧର୍ମଗଡ଼ ବିଧାୟକଙ୍କ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ

କୋକସରା,୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ନିର୍ବାଚନମଣ୍ଡଳୀର ନବନିର୍ବାଚିତ ବିଧାୟକ ମୌଷୋଧି ବାଗ ସୋମବାର କୋକସରା ବ୍ଲକ ଗସ୍ତ କରିଛନ୍ତି। ଦଳୀୟ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଉପସ୍ଥିତ କର୍ମକର୍ତ୍ତାମାନେ ବିଧାୟକଙ୍କୁ ସ୍ବାଗତ କରିଥିଲେ। ଏହା ପରେ ବିଧାୟକ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ପ୍ରଥମେ ସମସ୍ତ ୱାର୍ଡ଼ରେ ଥିବା ରୋଗୀମାନଙ୍କୁ ଭେଟି ଫଳ ବଣ୍ଟନ କରିବା ସହ ସେମାନଙ୍କ ସମସ୍ୟା ବିଷୟରେ ପଚାରି ବୁଝିଥିଲେ। ଏହା ପରେ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସୂତି ବିଭାଗ କର୍ମଚାରୀମାନଙ୍କୁ ଭେଟି ସମସ୍ୟା ବିଷୟରେ ଆଲୋଚନା କରିଥିଲେ। ସ୍ବାସ୍ଥ୍ୟକେନ୍ଦ୍ର ଦାୟିତ୍ୱରେ ଥିବା ଡ. ତତ୍ତଦର୍ଶି ଦାସ ଓ ବିପିଏମ. ଏମ୍‌ ରାଜ ଶେଖରଙ୍କ ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର କ’ଣସବୁ ଅସୁବିଧା ରହିଛି ତଥା ନିରାମୟ ଯୋଜନା ଓ ପ୍ରସୂତିମାନଙ୍କୁ ମିଳୁଥିବା ସୁବିଧା ଉପରେ ପଚରି ବୁଝିଥିଲେ । ବିଧାୟକଙ୍କ ଗସ୍ତ ସମୟରେ କୋକସରା ବ୍ଲକ୍‌ ସଭାପତି ସୁଶାନ୍ତ ବେହେରା, ସମ୍ପାଦକ ପଞ୍ଚକ ପୋଢ, ରମେଶ ଦୁର୍ଗା, ମାନସ ରଞ୍ଜନ ବାଗ, ପ୍ରମୋଦ ପ୍ରଧନି, ଜନ୍ମେଜୟ ଦଳପତି, ମହେଶ ଗୁପ୍ତା, ମହେନ୍ଦ୍ର ନେଗି, କେଶବ ନାଏକ, ବସନ୍ତ ପଟ୍ଟନାୟକ, ସନ୍ତୋଷ ନାଏକ, ଅଜୟ ସାହୁ, ବିଶ୍ୱନାଥ ପଟ୍ଟନାୟକ ପ୍ରମୁଖ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri