ଧର୍ମଗୁଳାରେ ଜିତିଲେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷା

ଦାରିଙ୍ଗବାଡ଼ି,୧୭।୬(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। କଂଗ୍ରେସ ସମର୍ଥିତ ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲ୍ଲିକ ଧର୍ମଗୁଳାରେ ବିଜୟୀ ହୋଇଛନ୍ତି।
ପୂର୍ବାହ୍ନ ୧୦ଟାରେ ୨୪ ସମିତିସଭ୍ୟା ସଭ୍ୟ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ତାଜୁଙ୍ଗିଆ ସମିତିସଭ୍ୟା ରୁଦା ମଲିକ ଏବଂ ବାଡାବାଙ୍ଗା ସମିତିସଭ୍ୟା ନମିତା ପ୍ରଧାନ ଅଧ୍ୟକ୍ଷା ପଦବୀ ପାଇଁ ନିର୍ବାଚନ ଅଧିକାରୀଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ରୁଦା କଂଗ୍ରେସ ସମର୍ଥୀତ ପ୍ରାର୍ଥୀ ହୋଇଥିବାବେଳେ ନମିତା ବିଜେଡି ସମର୍ଥୀତ ପ୍ରାର୍ଥୀ ହୋଇଥିଲେ। ଉଭୟ ୧୨ଟି ଲେଖାଏ ଭୋଟ ପାଇବାରୁ ନିର୍ବାଚନ ଅଧିକାରୀ ତଥା ବାଲିଗୁଡ଼ା ବିଡିଓ ନରେଶ ଚନ୍ଦ୍ର ଶବର ଧର୍ମଗୁଳାର ସାହାରା ନେଇଥିଲେ। ଏଥିରେ ରୁଦା ବିଜୟୀ ହୋଇଥିଲେ।
ବିଜୟ ପରେ ଧର୍ମର ଜୟ ହୋଇଛି ଓ ଦୀର୍ଘଦିନ ଧରି ପଞ୍ଚାୟତ ସମିତିରେ ଚାଲିଥିବା ଦୁର୍ନୀତିକୁ ଆଉ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ରୁଦା ପ୍ରତିକ୍ରିୟାରେ କହିଛନ୍ତି।
ସୂଚନାଯୋଗ୍ୟ, ପୂର୍ବତନ ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ୨ରୁ ଅଧିକ ସନ୍ତାନ ରହିଥିବା ନେଇ ତାଜୁଙ୍ଗିଆ ସମିତିସଭ୍ୟା ରୁଦା କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ପରେ କୋର୍ଟ ସୁବେନ୍ତୀଙ୍କ ସଭ୍ୟପଦ ରଦ୍ଦ କରିଥିଲେ। ପରେ ସମିତିସଭ୍ୟସଭ୍ୟା ୨ ଗୋଷ୍ଠୀରେ ବିଭକ୍ତ ହୋଇ ଅଜ୍ଞାତବାସରେ ଥିଲେ। ରୁଦାଙ୍କୁ ବିଜୟୀ କରିବାକୁ ତାଙ୍କ ସମର୍ଥତ୍ତ ସମିତିସଭ୍ୟ ଶପଥ ନେଉଥିବା ଏକ ଭିଡଓ ମେଙ୍ଗଳବାର ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଇରାସିସ ଆଚାର୍ଯ୍ୟ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ଇରାସିସ ଆଚାର୍ଯ୍ୟ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି।...

ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଅନିଲ ବରୁଆ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଅନିଲ ବରୁଆ ବୁଧବାର ନିଜର ନାମାଙ୍କନପପତ୍ର ଦାଖଲ କରିଛନ୍ତି। ଅନିଲ ସୁନ୍ଦରଗଡ଼ ଅତିରିକ୍ତ ଜିଲାପାଳ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ରାଜେନ୍ଦ୍ର ନାଏକ

ସୁନ୍ଦରଗଡ଼,୧ା୫(ଜୟନାରାୟଣ ମେଣ୍ଡୁଳି): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ବୁଧବାର ପ୍ରାର୍ଥିପତ୍ର ଦାଖଲର ଚତୁର୍ଥ ଦିବସରେ ସୁନ୍ଦରଗଡ଼ ବିଧାନସଭା ଆସନ ପାଇଁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପ୍ରାର୍ଥୀ...

ନାମାଙ୍କନପତ୍ର ଦାଖଲ କଲେ ଡା. ଆଶିଷ ଶତପଥୀ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ ଆଦ୍‌ମୀ ପାର୍ଟି (ଏଏପି) ପ୍ରାର୍ଥୀ ଡା. ଆଶିଷ ଶତପଥୀ ବୁଧବାର ନାମାଙ୍କନ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri