ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ

ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହା ସହିତ କର୍ମକର୍ତ୍ତାମାନେ ସହରରେ ଥିବା ବିଭିନ୍ନ ବେସରକାରୀ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ କରିବାରୁ ସମସ୍ତ ବ୍ୟାଙ୍କ ବନ୍ଦ ରହିଥିଲା। ସେହିପରି ସମଗ୍ର ଜିଲାରେ ଥିବା ୧୫୦ରୁ ଊର୍ଦ୍ଧ୍ୱ ବ୍ୟାଙ୍କ ବନ୍ଦ ରହିଥିଲା। ପ୍ରାୟ ୩ ଶହରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ବନ୍ଦ ପାଳନରେ ସାମିଲ ହୋଇ ମୋଟର ସାଇକଲ ଶୋଭାଯାତ୍ରା କରିଥିଲେ। ଉଲ୍ଲେଖଯୋଗ୍ୟ ଯେ, ୟୁନିୟନ ପକ୍ଷରୁ ସମ୍ମାନଜନକ ବେତନ ବୃଦ୍ଧି, ୫ ଦିନିଆ ବ୍ୟାଙ୍କିଙ୍ଗ ସେବା, ପେନସନ ସଂଶୋଧନ, ନିର୍ଦ୍ଧାରିତ କାର୍ଯ୍ୟ ସମୟ ସୀମା ଆଦି ଦାବି କରାଯାଇଛି। ଏହି ଧର୍ମଘଟରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଲକ୍ଷ୍ମୀଧର ସିଂ, ଅଶୋକ ପଟ୍ଟନାୟକ, ବୀରେନ୍ଦ୍ର ମହାନ୍ତି, ବ୍ୟାଙ୍କ ଅଫ ଇଣ୍ଡିଆର ଭବାନୀ ଶଙ୍କର ସାମଲ, ଶରତ ଚନ୍ଦ୍ର ମିଶ୍ର, ରଜନୀ ଦଳେଇ, ପ୍ରଶାନ୍ତ ମହାନ୍ତି, ବ୍ୟାଙ୍କ ଅଫ ବରୋଦାର ଯଜାତି କେଶରୀ ପଟ୍ଟନାୟକଙ୍କ ସମେତ ଅନ୍ୟ କର୍ମଚାରୀମାନେ ସାମିଲ ହୋଇଥିଲେ। ଶନିବାର ୟୁନିୟନ ପକ୍ଷରୁ ଜିଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପଠାଯିବ ବୋଲି ୟୁନିୟନର କର୍ମକର୍ତ୍ତାମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri