ଧର୍ମଘଟରେ ବ୍ରିଟିଶ୍‌ ଏୟାରଓ୍ବେଜ ପାଇଲଟ;୧୫୦୦ ଉଡ଼ାଣ ରଦ୍ଦ, ୭୦୪ କୋଟି କ୍ଷତି

ନୂଆଦିଲ୍ଲୀ,୧୦-୯: ବ୍ରିଟେନର ବିମାନ କମ୍ପାନୀ ବ୍ରିଟିଶ୍‌ ଏୟାରଓ୍ବେଜର ପାଇଲଟ ସୋମବାର ଓ ମଙ୍ଗଳବାର ଧର୍ମଘଟରେ ସାମିଲ ହୋଇଛନ୍ତି। ଏୟାରଲାଇନର ୧୦୦ବର୍ଷର ଇତିହାସରେ ଏହା ସର୍ବବୃହତ ଧର୍ମଘଟ ମନେ କରାଯାଉଛି। ଏହି କାରଣରୁ କମ୍ପାନୀର ପ୍ରାୟ ୧୫୦୦ ଉଡ଼ାଣ ରଦ୍ଦ ହୋଇସାରିଛି। ବେତନ ବିବାବକୁ କେନ୍ଦ୍ର କରି ପାଇଲଟ ମାନେ ଦୁଇଦିନିଆ ଧର୍ମଘଟରେ ସାମିଲ ହୋଇଛନ୍ତି। ସ୍ଥାନୀୟ ଖବର କାଗଜ ‘ଦ ଟେଲିଗ୍ରାଫ୍‌’ର ରିପୋର୍ଟ ଅନୁସାରେ ପାଇଲଟଙ୍କ ଧର୍ମଘଟ ଯୋଗୁ ପ୍ରାୟ ୨ ଲକ୍ଷ ୮୦ ହଜାର ଲୋକ ପ୍ରଭାବିତ ହେବେ ଓ କମ୍ପାନୀ ପ୍ରାୟ ୭୦୪ କୋଟି ଟଙ୍କା ଅର୍ଥାତ୍‌ ୮୦ ମିଲିୟନ ପାଉଣ୍ଡ କ୍ଷତି ସହିବାକୁ ଯାଉଛି। ଧର୍ମଘଟ ଯୋଗୁ ନ୍ୟୁୟର୍କ, ଦିଲ୍ଲୀ, ହଂକଂ ଓ ଜୋହାନ୍ସବର୍ଗର ସମସ୍ତ ଉଡ଼ାଣ ପ୍ରଭାବିତ ହୋଇଛି। ଉଡ଼ାଣ ରଦ୍ଦ ହୋଇଥିବାର ସୂଚନା ପାଇଥିଲେ ଯାତ୍ରୀମାନେ ଏୟାରପୋର୍ଟ ନ ଯିବାକୁ ବ୍ରିଟିଶ ଏୟାରଓ୍ବେଜ ପକ୍ଷରୁ ପରାମର୍ଶ ଦିଆଯାଇଛି। ସୂଚନାଥାଉ କି, ବ୍ରିଟିଶ ଏୟାରଲାଇନ ପାଇଲଟ ଆସୋସିଏଶନ ଅଗଷ୍ଟ ୨୩ରେ ଧର୍ମଘଟ ଡାକରା ଦେଇଥିଲା। କମ୍ପାନୀ ପକ୍ଷରୁ ବେତନ ଓ ଭତ୍ତା ହ୍ରାସକୁ ନେଇ ପାଇଲଟଙ୍କ ସହ ବିବାଦ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri