ଧର୍ମଶାଳା ତହସିଲର ଚଢାଉ: ୫ କଳାପଥର , ୧ ବାଲିଖାଦାନରେ ୧୪୪ ଧାରା ଜାରି

ଧର୍ମଶାଳା/ଜେନାପୁର/ଚଢେଇଧରା,୧୨।୯(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ ତହସିଲ ଅଧୀନସ୍ତ ୫ କଳାପଥର ଓ ଗୋଟିଏ ବାଲି ଖାଦାନ ଉପରେ ବୁଧବାର ୧୪୪ ଧାରା ଜାରି କରାଯାଇଛି। ଏଥିସହ ଖାଦାନକୁ ସଂଯୋଗ କରୁଥିବା ରାସ୍ତାକୁ ଜେସିବି ସାହାଯ୍ୟରେ ତାଡାଯାଇ ବିଚ୍ଛିନ୍ନ କରାଯାଇଛି। ପଥର ମାଫିଆମାନେ ଯଦି ପୁଣି ଖନନ କରନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯାଇ ଗିରଫ କରାଯିବ ବୋଲି ତହସିଲଦାର ସରୋଜ କୁମାର ପଣ୍ଡା ସୂଚନା ଦେଇଛନ୍ତି। ତହସିଲ ପକ୍ଷରୁ ପ୍ରଥମେ ସାହାଣୀ ଡିହ ମୌଜାର ୧ ନମ୍ବର ପାହାଡ଼ ଖାତା ନଂ ୩୮୪ ପ୍ଲଟ ୫୦, ଅଞ୍ଜୀରା ମୌଜାର ବାଘୁଆ ସ୍ଥିତ ୨ ନମ୍ବର ପାହାଡ ଖାତା ନମ୍ବର ୧୭୨୯ ପ୍ଲଟ ନଂ ୧୪୭୭, କୁସୁନପୁର ମୌଜା ଖାତା ନଂ.୬୩୧ ପ୍ଲଟ ନମ୍ବର ୧୩୫୮, ୧୩୬୬, ୧୫୨୭, ୧୩୫୬କୁ ନିଷେଧାଞ୍ଚଳ ଘୋଷଣା କରାଯାଇଥିଲା। ସେହିପରି ରାଇଛନ୍ଦା ମୌଜା ରାଇଛନ୍ଦାରେ ଥିବା ବାଲି ଘାଟ ଖାତା ନଂ. ୪୮୧ ପ୍ଲଟ-୨, ଅଞ୍ଜରା ମୌଜା ଖାତା ନଂ. ୧୭୨୯ ପ୍ଲଟ ନଂ. ୩୩୨, ୬୭୩, ୧୩୪୩, ୩୫୯୭, ବିଛାଖଣ୍ଡି ମୌଜା ଖାତା ନଂ. ୩୮୯ ପ୍ଲଟ ନଂ. ୧୮୬୨, ୧୮୪୮, ୧୮ ୫୬ , ୧୮୬୧ , ୧୮୭୬, ୧୮୭୨ରେ ତହସିଲ ପକ୍ଷରୁ ୧୪୪ ଧାରା ଜାରି କରାଯାଇଥିଲା। ତହସିଲଦାର ପଣ୍ଡାଙ୍କ ସହ ଅତିରିକ୍ତ ତହସିଲଦାର ଦେବୀ ପ୍ରସାଦ ମହାନ୍ତି, ଥାନା ଅଧିକାରୀ ସୁଶାନ୍ତ କୁମାର ଦାସ, ବଡ଼ କାଏମା ଆର୍‌ଆଇ ବିରଞ୍ଚତ୍ ନାରାୟଣ ବୋଇତେଇ, ନେଉଳପୁର ଆର୍‌ଆଇ ମନୋଜ ମହାପାତ୍ର, ବଳରାମପୁର-୨ ଆର୍‌ଆଇ ସୁଶାନ୍ତ କୁମାର ସ୍ବାଇଁ, ଆରୁହା ଏଆର୍‌ଆଇ ଜଗବନ୍ଧୁ ଜେନା, ନାକପୋଲ ଏଆରଆଇ ଚନ୍ଦନ କୁମାର ସାହୁ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri