ଧର୍ମାନ୍ତରୀକରଣ ନେଇ ଗୁଣପୁରରେ ଉତ୍ତେଜନା

ଗୁଣପୁର,୧୮ା୬(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲ୍ଲା ଗୁଣପୁରଠାରେ ଧର୍ମାନ୍ତରୀକରଣକୁ ନେଇ ସୋମବାର ରାତିରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ପୋଲିସ ସେଠାରେ ପହଞ୍ଚତ୍ ଉଭୟପକ୍ଷଙ୍କୁ ବୁଝାଶୁଝା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏହି କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିମାନେ ଏପରି କାର୍ଯ୍ୟ ଆଉ କରିବୁ ନାହିଁ ବୋଲି କହିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ଘଟଣାରୁ ଜଣାପଡିଛି ସହରର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ଥିବା ସୁଇପର କଲୋନୀରେ ଧର୍ମାନ୍ତରୀକରଣ ଚାଲିଥିବା ନେଇ ଆରଏସ୍‌ଏସର କେତେକ କର୍ମକର୍ତ୍ତା ଖବରପାଇ ସେଠାକୁ ଯାଇଥିଲେ । ଘଟଣା ସ୍ଥଳରେ ପହଞ୍ଚତ୍ ସେମାନେ ଧର୍ମାନ୍ତରୀକରଣ କାର୍ଯ୍ୟକୁ ବିରୋଧ କରି ଏପରି ନ କରିବାକୁ କହିଥିଲେ। ମାତ୍ର ସମ୍ପୃକ୍ତ ବ୍ୟକ୍ତିମାନେ ତାହା ଶୁଣି ନ ଥିଲେ। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା । ଶେଷରେ ଘଟଣା ନେଇ ପୋଲିସ ନିକଟରେ ଖବର ପହଞ୍ଚତ୍ବା ପରେ ପୋଲିସ ପହଞ୍ଚତ୍ ତନାଘନା କରିଥିଲା। ଧର୍ମାନ୍ତରୀକରଣ କରୁଥିବା ଲୋକମାନେ ଆଗକୁ ଏପରି କରିବୁ ନାହିଁ ବୋଲି ପୋଲିସ ସମ୍ମୁଖରେ କହିବା ପରେ ପରିସ୍ଥିତି ସୁଧୁରିଥିଲା। ତେବେ ଘଟଣା ନେଇ ପୋଲିସ ଉଭୟପକ୍ଷଙ୍କୁ ଥାନାକୁ ଡ଼କାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଚୋରା ମଦ ଭାଟି ଉପରେ ଅଚାନକ ଚଢ଼ାଉ କଲା ଅବକାରୀ ବିଭାଗ: ମିଳିଲା ଏତେ ଟଙ୍କାର…

ଗୁଣପୁର, ୨।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ମାରିଗୁଡ଼ା ଗ୍ରାମରେ ଚାଲିଥିବା ଚୋରା ରନ୍ଧା ମଦ କାରବାର ଉପରେ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ଚଢ଼ାଉ କରାଯାଇ ୮…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri