ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ
ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଉଭୟ ଭାଜପା ଓ ବିଜେଡି ପକ୍ଷରୁ ଜିଲା ସାରା ପ୍ରତିଦିନ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାରିପଦା ସହରରେ ଭାଜପା ଲୋକ ସଭା ପ୍ରାର୍ଥୀ ଇଂ ବିଶେଶ୍ୱର ଟୁଡୁ ଓ ବାରିପଦା ବିଧାନସଭା ପ୍ରାର୍ଥୀ ପ୍ରକାଶ ସୋରେନଙ୍କୁ ସାଙ୍ଗରେ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅପରାହ୍ନରେ ରୋଡ ଶୋ କରିଥିଲେ। ଏହି ରୋଡ ଶୋ ବିଜେଡି କାର୍ଯ୍ୟାଳୟ ନିକଟରେ ପହଞ୍ଚିବା ବେଳକୁ ବିଜେଡି-ଭାଜପା କର୍ମୀମାନେ ମୁହାଁ ମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୋଲିସର ହସ୍ତକ୍ଷେପ ପରେ ପରିସ୍ଥିତି ଶାନ୍ତ ପଡିଥିଲା।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଦିନିକିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଯଶିପୁର ନିର୍ବାଚନମଣ୍ଡଳୀର ମହର୍ଦ୍ଧାପଳାସ, ରାଇରଙ୍ଗପୁର ନିର୍ବାଚନମଣ୍ଡଳୀର ଭିତରମୁଣ୍ଡା, ସାରସକଣା ନିର୍ବାଚନମଣ୍ଡଳୀର ବିଜାତଳା, ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର କୁଳିଅଣା ଓ ଉଦଳା ନିର୍ବାଚନମଣ୍ଡଳୀର ଉଦଳାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ଭାଜପା ନେତା ଓ କର୍ମୀମାନେ ରୋଡ ଶୋରେ ପ୍ରଚାର କରୁଥିବା ବେଳେ ବିଜେଡି କର୍ମୀଙ୍କ ଏଭଳି ଉଦ୍ଦେଶ୍ୟମୂଳକ ଆଚରଣ ନିହାତି ଭାବେ ଅଶୋଭନୀୟ। ବୁଧବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବାରିପଦାରେ ରୋଡ ଶୋ କାର୍ଯ୍ୟକ୍ରମ ରହିଥିବାବେଳେ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରୋଡ ଶୋ ମଧ୍ୟ ରହିଥିଲା। ଏଣୁ କିଏ କେଉଁ ରାସ୍ତାରେ ଯିବେ ତାହା ଏବଂ ସମୟ ସାରଣୀ ପ୍ରସ୍ତୁତ କରି ଅନୁମତି ପ୍ରଦାନ କରିବା କଥା। ହେଲେ ଏଥିରେ ବ୍ୟତିକ୍ରମ ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଅଭିଯୋଗ ହୋଇଛି। ଏହି ଘଟଣା ହେବା ଅତ୍ୟନ୍ତ ଦୁଃଖର ବିଷୟ ବୋଲି ସହରର ବୁଦ୍ଧିଜୀବୀ ଯଯାତି ମହାନ୍ତ କହିଛନ୍ତି। ଏହି ଘଟଣାରେ ପୋଲିସ ବିଭାଗ ପକ୍ଷରୁ କାହାରି ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଦଶମ ବୋର୍ଡ ପରୀକ୍ଷା ଦେବାକୁ ଯିବା ବେଳେ କାର୍ ଦୁର୍ଘଟଣା, ଦୁଇ ପରୀକ୍ଷାର୍ଥୀ ସମେତ ୬ ଆହତ

କେନ୍ଦୁଝର,୧୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି । ତେବେ ସକାଳ ପ୍ରାୟ ୮ଟା୩୦…

କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri