ଧଳାବାଘ ସମ୍ରାଟ ହାଡ଼ଜନିତ ରୋଗରେ ଆକ୍ରାନ୍ତ

ବାରଙ୍ଗ,୩୦ା୬(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣୀୟ ଧଳାମହାବଳ ବାଘ ସମ୍ରାଟକୁ ଏବେ ଆଉ ଦର୍ଶକ ଦେଖିପାରିବେ ନାହିଁ। ଅସୁସ୍ଥ ଥିବା କାରଣରୁ ତାକୁ କିଛିଦିନ ପାଇଁ ବିଶ୍ରାମ ଦିଆଯିବ। ଏନକ୍ଲୋଜରର ପଛପଟ ବ୍ୟାକକ୍ରଲରେ ତାକୁ ରଖାଯିବାକୁ ନନ୍ଦନକାନନ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ସ୍ବାସ୍ଥ୍ୟରେ ତା’ର ଉନ୍ନତି ଆଣିବା ପାଇଁ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡିଛି। ଗୁରୁବାର ଡାକ୍ତରଖାନାରେ ସମ୍ରାଟର ହୋଇଥିବା ଏକ୍ସରେ ରିପୋର୍ଟ ଶନିବାର ଓୟୁଏଟିରୁ ଆସିବା ପରେ ଏଭଳି ପଦକ୍ଷେପ ନିଆଯାଇଛି।

ଗତ ୩ ମାସ ହେବ ସମ୍ରାଟ ଛୋଟେଇ ଛୋଟେଇ ଚାଲୁଥିବାବେଳେ ତା’ର ଚିକିତ୍ସା ସତ୍ତ୍ୱେ ସ୍ବାସ୍ଥ୍ୟରେ ଉନ୍ନତି ହୋଇ ନ ଥିଲା। ଗୁରୁବାର ଓୟୁଏଟି ସର୍ଜରୀ ବିଭାଗର ପ୍ରଫେସର ଇନ୍ଦ୍ରମଣି ନାଥଙ୍କ ନେତୃତ୍ୱରେ ୫ଜଣିଆ ଦଳ ସମ୍ରାଟର ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରି ରକ୍ତନମୁନା ସଂଗ୍ରହ କରିବାସହ ବାମପଛପଟର ୧୨ଟି ସ୍ଥାନରେ ଏକ୍ସରେ କରିଥିଲେ। ଏହି ଏକ୍ସରେ ରିପୋର୍ଟ ଶନିବାର ଓୟୁଏଟି ତରଫରୁ ନନ୍ଦନକାନନକୁ ହସ୍ତାନ୍ତର କରାଯାଇଛି। ରିପୋର୍ଟ ଦେଖିବା ପରେ ସମ୍ରାଟ ଅଷ୍ଟିଓପୋରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇଛି। ଏହା ହାଡ଼ଜନିତ ରୋଗ ଅଟେ। ସଂକ୍ରମଣ ନ ହେଲେ ମଧ୍ୟ ପୂର୍ବଜଙ୍କଠାରେ ଏପରି ରୋଗଥିଲେ ତାହା ପିଲାଙ୍କଠାରେ ଦେଖାଯିବା ସମ୍ଭାବନା ରହିଥାଏ। ଏନକ୍ଲୋଜର ପଛ ବ୍ୟାକକ୍ରଲରେ ସମ୍ରାଟକୁ ରଖିବା ସହ ବିଶେଷଜ୍ଞ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ତା’ର ଚିକିତ୍ସା କରାଯିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri