Posted inଖେଳ

ଧାଓ୍ବନଙ୍କ ଶତକ: ଅଷ୍ଟ୍ରେଲିଆକୁ ୩୫୩ ରନ୍‌ର ଟାର୍ଗେଟ ଦେଲା ଭାରତ

ଓଭାଲ, ୯।୬: ବିଶ୍ୱକପରେ ଭାରତ ଓ ଅଷ୍ଟ୍ରେଲିଆ ଚାଲିଥିବା ଏକ ମ୍ୟାଚରେ ମ୍ୟାଚରେ ଅଷ୍ଟ୍ରେଲିଆକୁ ୩୫୩ ରନ୍‌ର ଟାର୍ଗେଟ ଦେଇଛି ଭାରତ। ଓପନର ଶିଖର ଧୱନଙ୍କ ଶତକ, ଅଧିନାୟକ ବିରାଟ କୋହଲି (୮୨) ଓ ରୋହିତ୍‌ ଶର୍ମା (୫୭)ଙ୍କ ଅର୍ଦ୍ଧଶତକ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୫ ୱିକେଟ ହରାଇ ୩୫୨ ରନର ବିଶାଳ ସ୍କୋର କରିଛି ଭାରତ।
ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳର ଦୁଇ ଓପନର୍‌ ଦୁଇ ଓପନର ରୋହିତ ଓ ଧାୱନ ଧୈର୍ଯ୍ୟର ସହ ବ୍ୟାଟିଂ ଆରମ୍ଭ କରିଥିଲେ। ଭାରତର ସ୍କୋର ୧୨୭ ଥିବା ବେଳେ ରୋହିତଙ୍କୁ ନେଥନ କୁଲ୍ଟର-ନାଇଲ ଆଉଟ କରିଥିଲେ। ରୋହିତ୍‌ ୭୦ ବଲରେ ୩ ଚୌକା ଓ ୧ ଛକା ମାରିଥିଲେ। ଅନ୍ୟତମ ଓପନର ଧାୱନ ଅଦତ୍ନାୟକ ବିରାଟଙ୍କ ସହ ମିଶି ପାଳି ସମ୍ଭାଳି ଥିଲେ। ଧାୱନ ୧୦୯ ବଲରେ ୧୬ ଚୌକା ସହ ୧୧୭ ରନ କରି ଆଉଟ ହୋଇଥିଲେ। ଧାଓ୍ବନ ଆଉଟ୍‌ ହେବା ପରେ କ୍ରିଜ୍‌କୁ ଆସିଥିଲେ ହାର୍ଦ୍ଦିକ ପାଣ୍ଡ୍ୟା ସେ ବିରାଟଙ୍କ ସହ ମିଶି ତୃତୀୟ ୱିକେଟ ପାଇଁ ୮୧ ରନର ଭାଗିଦାରୀ କରିଥିଲେ। ପାଣ୍ଡ୍ୟା ୨୭ ବଲରେ ୪ ଚୌକା ଓ ୩ ଛକା ସହ ୪୮ ରନ କରି ଆଉଟ ହୋଇଥିଲେ। ଧୋନୀ ୧୪ ବଲରେ ୩ ଚୌକା ଓ ୧ ଛକା ସହ ୨୭ ରନ କରି ଆଉଟ ହୋଇଥିଲେ। ବିରାଟ ୭୭ ବଲରେ ୪ ଚୌକା ଓ ୨ ଛକା ସହ ୮୨ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଷ୍ଟୋଇନିସ ୨ଟି, କମିନ୍ସ, ଷ୍ଟାର୍କ ଓ କୁଲ୍ଟର-ନାଇଲ ଗୋଟିଏ ଲେଖାଏ ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri