ଧାନ କାଟିବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର

ଖଇରା, ୭।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ପଳସା ପଞ୍ଚାୟତ ଅଧୀନ ନଛିପୁର ଗ୍ରାମକୁ ଧାନ କାଟିବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଖଇରା ପୋଲିସ ଜଣେ ଯୁବକଙ୍କୁ ଶନିବାର ଅଟକ ରଖି ପଚରାଉଚୁରା କରୁଛି। ଏ ସମ୍ପର୍କରେ ଉକ୍ତ ନାବାଳିକାଙ୍କ ଦାଦା ଖଇରା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା(ନଂ.୨୫୫/୧୯) ରୁଜୁ କରି ପ୍ରାଥମିକ ତଦନ୍ତ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ଅଭିଯୋଗ ଅନୁଯାୟୀ, ଉକ୍ତ ନାବାଳିକା ଜଣକ ଧାନ କାଟିବାକୁ ଆସି ନଛିପୁର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ରହୁଥିଲେ। ଅଟକ ଥିବା ଯୁବକଜଣକ ସେମାନଙ୍କ ସହ ରହି କାମ କରୁଥିଲେ। ନଭେମ୍ବର ୩୦ ତାରିଖ ବିଳମ୍ବିତ ରାତିରେ ଉକ୍ତ ନାବାଳିକାଙ୍କୁ ବଳାତ୍କାର କରାଯାଇଥିଲା। ନାବାଳିକା ଜଣକ ଭୟରେ କଥା ଲୁଚାଇ ରଖିଥିବା ବେଳେ ଶୁକ୍ରବାର ଦାଦା ଆଗରେ ପ୍ରକାଶ କରିଥିଲେ। ସୋମବାର ଡାକ୍ତରୀମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ଆଇଆଇସି ଲୋପାମୁଦ୍ରା ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ମମତାଙ୍କୁ ଜୋରଦାର ଝଟ୍‌କା, ଋତବ୍ରତ ବାନାର୍ଜୀ ହେଲେ ଟିଏମସିର…

କୋଲକାତା,୩।୬: ବର୍ତ୍ତମାନ, ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ସୃଷ୍ଟି ହେଉଥିବା ଆଭ୍ୟନ୍ତରୀଣ ଅଶାନ୍ତି ପଶ୍ଚିମବଙ୍ଗ ରାଜନୀତିରେ ତୀବ୍ର ଆଲୋଚନାର ବିଷୟ। ବିଧାନସଭା ନିର୍ବାଚନରେ ପରାସ୍ତ ହେବା ପରେ,…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri