Posted inଭଦ୍ରକ

ଧାନ କିଣାରେ ଅନିୟମିତତା

ପଦ୍ମପୁର,୨୫।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ନେଇ ଚାଷୀମାନେ ଶୁକ୍ରବାର ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ଜିଲା ଆରକ୍ଷୀ ଅଧୀକ୍ଷକ, ନାୟକାଣିଡିହୀ ଥାନାଧିକାରୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଏହି ସମିତିରେ ଧାନ ବିକ୍ରୟ ପାଇଁ ଅନ୍‌ଲାଇନ ପଞ୍ଜୀକରଣ କରିଥିବା ଅନେକ ଚାଷୀ ଏଯାଏ ଟୋକନ୍‌ ପାଇନାହାନ୍ତି। ଅନ୍ୟପକ୍ଷେ ଟୋକନ୍‌ ପାଉଥିବା ଚାଷୀମାନେ ଠିକ୍‌ ସମୟରେ ଆବଶ୍ୟକ ବସ୍ତା ପାଉ ନ ଥିବାରୁ ଧାନ ବିକ୍ରି ପାଇଁ ମଣ୍ଡିକୁ ଆଣିପାରୁ ନାହାନ୍ତି। ଅନ୍ୟ ସେବା ସମବାୟ ସମିତିରେ ୬ ପ୍ରତିଶତ ଧାନ କଟାଯାଉଥିବା ବେଳେ ଏହି ସମିତିରେ ୭ ପ୍ରତିଶତ କଟାଯାଉଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଜିଲା ଯୋଗାଣ ବିଭାଗ ଏହିସବୁ ସମସ୍ୟା ପ୍ରତି ଦୃଷ୍ଟି ଦେଇ ଆସନ୍ତା ୭ ଦିନ ମଧ୍ୟରେ ସମାଧାନ ନ କଲେ ସେମାନେ ଧାମରା-ଜାମୁଝାଡ଼ି ରାସ୍ତା ଓ ସେବା ସମବାୟ ସମିତି ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସମିତିର ସମ୍ପାଦକ ରତିକାନ୍ତ ରାଉତଙ୍କୁ ପଚାରିବାରୁ କହିଛନ୍ତି, ମିଲର ୭ ପ୍ରତିଶତ ନ କାଟିଲେ ଧାନ ନେଉନାହାନ୍ତି। ଚାଷୀମାନଙ୍କର ଧାନ ଅନୁଯାୟୀ ବସ୍ତା ମିଲର ଦେଇପାରୁ ନାହାନ୍ତି। ଫଳରେ ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯାଇପାରୁ ନାହିଁ। ଚାଷୀମାନେ ତାଙ୍କୁ ଏ ନେଇ ଦୁର୍ବ୍ୟବହାର କରିବା ସହ ପ୍ରତ୍ୟହ ଗାଳିଗୁଲଜ କରୁଛନ୍ତି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri