Posted inଭଦ୍ରକ

ଧାନ କିଣାରେ ଅନିୟମିତତା

ପଦ୍ମପୁର,୨୫।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ସେବା ସମବାୟ ସମିତିରେ ଧାନ କିଣାରେ ଅନିୟମିତତା ନେଇ ଚାଷୀମାନେ ଶୁକ୍ରବାର ଜିଲାପାଳ, ଜିଲା ଯୋଗାଣ ଅଧିକାରୀ, ଜିଲା ଆରକ୍ଷୀ ଅଧୀକ୍ଷକ, ନାୟକାଣିଡିହୀ ଥାନାଧିକାରୀ ଓ କଷିଆ ସାମୁଦ୍ରିକ ଥାନାଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଏହି ସମିତିରେ ଧାନ ବିକ୍ରୟ ପାଇଁ ଅନ୍‌ଲାଇନ ପଞ୍ଜୀକରଣ କରିଥିବା ଅନେକ ଚାଷୀ ଏଯାଏ ଟୋକନ୍‌ ପାଇନାହାନ୍ତି। ଅନ୍ୟପକ୍ଷେ ଟୋକନ୍‌ ପାଉଥିବା ଚାଷୀମାନେ ଠିକ୍‌ ସମୟରେ ଆବଶ୍ୟକ ବସ୍ତା ପାଉ ନ ଥିବାରୁ ଧାନ ବିକ୍ରି ପାଇଁ ମଣ୍ଡିକୁ ଆଣିପାରୁ ନାହାନ୍ତି। ଅନ୍ୟ ସେବା ସମବାୟ ସମିତିରେ ୬ ପ୍ରତିଶତ ଧାନ କଟାଯାଉଥିବା ବେଳେ ଏହି ସମିତିରେ ୭ ପ୍ରତିଶତ କଟାଯାଉଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଜିଲା ଯୋଗାଣ ବିଭାଗ ଏହିସବୁ ସମସ୍ୟା ପ୍ରତି ଦୃଷ୍ଟି ଦେଇ ଆସନ୍ତା ୭ ଦିନ ମଧ୍ୟରେ ସମାଧାନ ନ କଲେ ସେମାନେ ଧାମରା-ଜାମୁଝାଡ଼ି ରାସ୍ତା ଓ ସେବା ସମବାୟ ସମିତି ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ସମିତିର ସମ୍ପାଦକ ରତିକାନ୍ତ ରାଉତଙ୍କୁ ପଚାରିବାରୁ କହିଛନ୍ତି, ମିଲର ୭ ପ୍ରତିଶତ ନ କାଟିଲେ ଧାନ ନେଉନାହାନ୍ତି। ଚାଷୀମାନଙ୍କର ଧାନ ଅନୁଯାୟୀ ବସ୍ତା ମିଲର ଦେଇପାରୁ ନାହାନ୍ତି। ଫଳରେ ଚାଷୀଙ୍କୁ ବସ୍ତା ଯୋଗାଇ ଦିଆଯାଇପାରୁ ନାହିଁ। ଚାଷୀମାନେ ତାଙ୍କୁ ଏ ନେଇ ଦୁର୍ବ୍ୟବହାର କରିବା ସହ ପ୍ରତ୍ୟହ ଗାଳିଗୁଲଜ କରୁଛନ୍ତି। ଏଥିପ୍ରତି ବିଭାଗୀୟ ଅଧିକାରୀ ଦୃଷ୍ଟି ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri