ଧାନ ବିକି ଚାଷୀ ହତାଶ: ପ୍ରତିବାଦରେ ବ୍ଲକ ସମ୍ମୁଖରେ ଅନଶନ

କେନ୍ଦୁଝର, ୨୬ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାର ସାହାରପଡା ଲ୍ୟାମ୍ପସରେ ଧାନ ବିକି ସହାୟକ ମୂଲ୍ୟ ପାଇ ନଥିବା ୬୦ରୁ ଊର୍ଦ୍ଧ୍ୱ ଚାଷୀ ମୁଣ୍ଡରେ ହାତ ଦେଇ ବସିଥିବାବେଳେ ପ୍ରତିବାଦରେ ମଙ୍ଗଳବାର ବ୍ଲକ ସମ୍ମୁଖରେ ଅନଶନ କରିଛନ୍ତି। ସାଂପ୍ରତିକ ସମୟରେ ଜୀବନ-ଜୀବିକାକୁ ନେଇ ମଣିଷ ବଞ୍ଚିବାର ରାହା ଖୋଜୁଥିବାବେଳେ ଲ୍ୟାମ୍ପସ କର୍ତ୍ତୃପକ୍ଷଙ୍କ ଏପରି ଦାୟିତ୍ୱହୀନତାକୁ ନେଇ ସାଧାରଣରେ ତୀବ୍ର ନିନ୍ଦା କରାଯାଇଛି।
ଅଭିଯୋଗରୁ ଜଣାଯାଇଛି କି ଯେ, ସାହାରପଡା ଲ୍ୟାମ୍ପସ ଅଧୀନରେ ଥିବା ଉଦୟପୁର, ଟଭାସରୁଆ, ମାଛଗଡ ଆଦିର ୬୮ଜଣ ଚାଷୀ ସରକାରଙ୍କ ସମସ୍ତ ନିତିନିୟମ ପାଳନ ମୁତାବକ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାନମଣ୍ଡିରେ ଧାନ ବିକ୍ରୟ କରିଥିଲେ। ଏହା ମଧ୍ୟରେ ତିନିମାସରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରାପ୍ୟ ପାଇ ପାରି ନାହାନ୍ତି। ମାର୍ଚ୍ଚ ୫ତାରିଖରେ ସେମାନେ ଧାନ ଦେଇଥିବାବେଳେ ଅଦ୍ୟାବଧି ଟଙ୍କା ପାଇ ନଥିବା ସହ ପରେ ଧାନ ଦେଇ ପ୍ରଭାବଶାଳୀ ଚାଷୀ ଟଙ୍କା ପାଇଥିବା କଥା ମଧ୍ୟ ଅଭିଯୋଗ ହୋଇଛି। ଏହି ସମସ୍ୟା ସମ୍ପର୍କରେ ଲ୍ୟାମ୍ପସ ପରିଚାଳନା ନିର୍ଦ୍ଦେଶକଙ୍କୁ ବାରମ୍ବାର ସାକ୍ଷାତ କଲେ ମଧ୍ୟ କୌଣସି ଫଳ ମିଳୁ ନାହିଁ। ଜିଲା କାର୍ଯ୍ୟାଳୟରେ ସେମାନେ ଯୋଗାଯୋଗ କରିବା ପରେ ମଧ୍ୟ ଲାଭ ହୋଇ ନଥିବାରୁ ମଙ୍ଗଳବାର ସାହାରପଡା ବ୍ଲକ ସମ୍ମୁଖରେ ଅନଶନରେ ବସିଥିଲେ। ଏହାପରେ ଜିଲାପାଳଙ୍କ କାଯର୍‌ୟାଳୟକୁ ଆସି ଆଲୋଚନା କରିବାକୁ ପ୍ରତିଶ୍ରୁତି ପାଇବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri