ବାସୁଦେବପୁର, ୮ା୧(ଡି.ଏନ୍.ଏ.)- ବାସୁଦେବପୁର ବ୍ଲକ ଇରମ ସେବା ସମବାୟ ସମିତି ଅଧୀନରେ ପ୍ରାୟ ୨୧ ଜଣ ଚାଷୀ ସେମାନଙ୍କର ପୂର୍ବବର୍ଷ ଧାନବିକ୍ରି ଟଙ୍କା ପାଇପାରିନାହାନ୍ତି। ଏହାର ପ୍ରତିବାଦରେ ଚାଷୀମାନେ ମଙ୍ଗଳବାର ସମିତି କାର୍ଯ୍ୟାଳୟ ଆଗରେ ହୋହଲ୍ଲା କରିଛନ୍ତି। ଫଳରେ ପୂର୍ବାହ୍ନଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ସମିତି କାର୍ଯ୍ୟ ପରିଚାଳନାରେ ବାଧା ଉପୁଜିଥିଲା।
ଉଲ୍ଲେଖଯୋଗ୍ୟ ଯେ, ଗତ ୨୦୧୯ ଆର୍ଥତ୍କ ବର୍ଷରେ ଏହି ସମିତି ଅଧୀନରେ ୨୧ ଜଣ ଚାଷୀ ପ୍ରଦାନ କରିଥିବା ୭୦୭ କୁଇଣ୍ଟାଲ ଧାନ ବାବଦକୁ ପ୍ରାୟ ୧୦ ଲକ୍ଷ ଟଙ୍କା ଏଯାଏ ପାଇପାରିନାହାନ୍ତି। ଏହାର ପ୍ରତିବାଦରେ ସେମାନେ ଏପରି ଆନ୍ଦୋଳନାମତ୍କ ପନ୍ଥା ଅବଲମ୍ବନ କରିଛନ୍ତି। ଏହି ଘଟଣାର ସମାଧାନ ପାଇଁ ମଧ୍ୟାହ୍ନରେ ଇରମ ବଜ୍ରମହାକାଳୀ ମନ୍ଦିରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଇରମ ସରପଞ୍ଚ ପ୍ରଫୁଲ୍ଲ କୁମାର ବିଶ୍ୱାଳ, ସମିତିସଭ୍ୟ ଉମାକାନ୍ତ ରଣା, ଇରମ ସମିତିର ସଭାପତି କମଳଲୋଚନ ବାରିକ, ସମ୍ପାଦକ ରଶ୍ମିରଞ୍ଜନ କବାଟ, ଅଢ଼ୁଁଆ ସରପଞ୍ଚ ଗିରିଶ ଚନ୍ଦ୍ର ସାମଲ, ଗୋବିନ୍ଦ ଜେନାଙ୍କ ସମେତ ଚାଷୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ୨ ସପ୍ତାହ ମଧ୍ୟରେ ବକେୟା ଟଙ୍କା ଚାଷୀଙ୍କୁ ଦିଆଯିବା ଦିଗରେ ସମିତି ପଦକ୍ଷେପ ଗ୍ରହଣ କରିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା। ତେବେ ପୂର୍ବବର୍ଷ ଧାନକିଣା କ୍ଷେତ୍ରରେ ଶେଷ ସମୟରେ କେତେକ ଚାଷୀଙ୍କ ଟଙ୍କା ବିଭାଗ ସମିତିକୁ ଦେଇ ନ ଥିବାରୁ ଚାଷୀମାନେ ଏହି ଟଙ୍କା ପାଇପାରି ନାହାନ୍ତି ବୋଲି ସମିତି ସମ୍ପାଦକ ରଶ୍ମିରଞ୍ଜନ କବାଟ କହିଛନ୍ତି। ଏ ଦିଗରେ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଛନ୍ତି।
ଧାନ ବିକ୍ରି ବକେୟା ପ୍ରାପ୍ୟ ମିଳୁନି: ସମବାୟ ସମିତି କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ହୋହଲ୍ଲା
Posted inଆମ ଜିଲା ଖବର, ଭଦ୍ରକ View All
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…
ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍ପି ଶୁଭେନ୍ଦୁ କୁମାର ପାତ୍ର…
Archives

