ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍‌ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ ସମୟ ଦେଇ ଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଚାଷୀଙ୍କଠାରୁ ଧାନ କିଣା ତଥା ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବା ପାଇଁ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି।
ଏବେ ରବି ଧାନ ସଂଗ୍ରହ ସମୟ ା କୃଷିଜାତ ଦ୍ରବ୍ୟର ସଂଗ୍ରହ ସହ ଧାନ କିଣା ବ୍ୟବସ୍ଥାର ବିକେନ୍ଦ୍ରୀକରଣ କରି ବର୍ଷାଋତୁ ପୂର୍ବରୁ ସେହି କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ସେ ଅନୁରୋଧ କରିଛନ୍ତି। କରୋନା କଟକଣା ଯୋଗୁ ମଣ୍ଡିକୁ ଦିନକୁ ମାତ୍ର ୩୦ଜଣ ଚାଷୀ ଧାନ ବିକ୍ରି କରିବାକୁ ଆସିବେ। ମାତ୍ର ଏହି ବ୍ୟବସ୍ଥାରେ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଧାର୍ଯ୍ୟ ପରିମାଣର ଧାନ ସଂଗ୍ରହ କରିବା ଆଦୌ ସମ୍ଭବ ନୁହଁ। ଯେଉଁଠି ପାଖରେ ମଣ୍ଡି ନାହଁି ସେଠାରେ ସ୍ଥାନୀୟ ମହିଳା ସ୍ବଂୟ ସହାୟକ ଗୋଷ୍ଠୀ ତଥା ପଞ୍ଚାୟତ କର୍ମଚାରୀମାନଙ୍କୁ ନିୟୋଜିତ କରି ସ୍କୁଲ ବାରଣ୍ଡା ଓ ଗୋଷ୍ଠୀକେନ୍ଦ୍ର ଘରେ ଧାନ ସଂଗ୍ରହର ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri