ଧାନବସ୍ତା ରଖି ଚାଷୀଙ୍କ ରାଜପଥ ଅବରୋଧ

ବୌଦ୍ଧ, ୧୨ା୩(ସ୍ବପ୍ର): ବୌଦ୍ଧ ଜିଲାରେ ଅଦିନିଆ ବର୍ଷା ଓ ଅବ୍ୟବସ୍ଥିତ ଟୋକନ ବ୍ୟବସ୍ଥାକୁ ନେଇ ଧାନକ୍ରୟରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଚାଷୀଙ୍କ ଶହଶହ ବସ୍ତାଧାନ ମଣ୍ଡିରେ ପଡିରହି ନଷ୍ଟ ହେଉଛି। ଏପେଟ ଧାନକିଣା ନେଇ ପ୍ରଶାସନର ସବୁ ପ୍ରସ୍ତୁତି ଫେଲ ମାରିଥିବାବେଳେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସୂଚନା ମୁତାବକ ମାର୍ଚ୍ଚ ମାସ ଅଧା ହୋଇସାରିଥିବାବେଳେ ଜିଲାର ଅର୍ଦ୍ଧାଧିକ ଚାଷୀ ଏଯାଏ ସେମାନଙ୍କ ଧାନ ବିକ୍ରି କରି ପାରିନାହାନ୍ତି। ଫଳରେ ମଣ୍ଡିଗୁଡିକରେ ଚାଷୀମାନେ ଭିଡ ଜମାଉଛନ୍ତି। ଏଥିସହିତ କମ୍‌ମୂଲ୍ୟରେ ଦଲାଲମାନଙ୍କ ଜରିଆରେ ଧାନ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଟୋକନ ଯୋଗାଣରେ ଅବ୍ୟବସ୍ଥା ଯୋଗଁୁ ଧାନ ବିକ୍ରି ହୋଇପାରୁ ନାହିଁ, ସେପେଟ ଟୋକନ ପାଇଥିବା ଚାଷୀ ମଣ୍ଡିକୁ ଆଣିଥିବା ଧାନ ମିଲର ଆସୁ ନ ଥିବାରୁ ଉଠି ପାରୁନାହିଁ। ଏହିସବୁ ଅବ୍ୟବସ୍ଥାର ପ୍ରତିବାଦ ଓ ମଣ୍ଡିରୁ ଧାନ ଉଠୁ ନ ଥିବା ଅଭିଯୋଗ କରି ଗୁରୁବାର ହରଭଙ୍ଗା ବ୍ଲକ ସରସରା ଅଞ୍ଚଳର ଚାଷୀମାନେ ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର ସରସରାଠାରେ ଧାନବସ୍ତା ରଖି ପ୍ରାୟ ୪ ଘଣ୍ଟା ଧରି ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହଶହ ସଂଖ୍ୟାରେ ଯାନବାହାନ ଅଟକି ରହିଥିଲା। ଏଥିଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଜିଲା ଯୋଗାଣ ଅଧିକାରୀ ବିଷ୍ଣୁ ପ୍ରସାଦ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କରିଥିଲେ। ମଣ୍ଡିରୁ ଧାନ ଉଠାଇବାକୁ ପ୍ରତିଶ୍ରୁତି ଦେବାପରେ ଚାଷୀମାନେ ଅବରୋଧରୁ ହଟିଥିଲା। ଅପରପକ୍ଷେ ଜିଲା ଯୋଗାଣ ଅଧିକାରୀଙ୍କ ହସ୍ତକ୍ଷେପ ଫଳରେ ଗୁରୁବାର ପ୍ରାୟ ୧୦୦୦ ବସ୍ତା ଧାନ ମଣ୍ଡିରୁ ଉଠିଛି। ଆହୁରି ୨୦୦୦ ବସ୍ତା ଧାନ ମଣ୍ଡିରେ ଜମା ହୋଇ ରହିଥିବା ଜଣାପଡିଛି। କେବଳ ସରସରା ନୁହେଁ, ଜିଲାସାରା ଏହି ଅବସ୍ଥା ଲାଗି ରହିଥିବାରୁ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri