ଧାନବୁଣି ଫେରୁଥିବାବେଳେ ବଜ୍ରପାତରେ ଜୀବନଗଲା

ଶେରଗଡ,୧୯।୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ବୁଧବାର ଅପରାହ୍ନରେ ବଜ୍ରପାତରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତାରିଣୀ ବେହେରା (୫୦)। ତାରିଣୀ ବିଲରେ ଧାନବୁଣି ଅପରାହ୍ନ ପ୍ରାୟ ୨ଟାବେଳେ ଫେରୁଥିବାବେଳେ କାଳବୈଶାଖୀ ପ୍ରଭାବରେ ଝଡବର୍ଷା ଆରମ୍ଭ ହୋଇଯାଇଥିଲା। ବର୍ଷାରେ ଫେରୁଥିବାବେଳେ ବଜ୍ରପାତରେ ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ୧୦୮କୁ ଫୋନ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚତ୍ ଶେରଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲା। ସେଠାରେ ତାରିଣୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଶେରଗଡ଼ ଥାନା ଏଏସ୍‌ଆଇ ହରିହର ଗନ୍ତାୟତ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ନଂ.୭/୧୯ରେ ଏକ ଅପମୃତୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଆସିକା ଡାକ୍ତରଖାନାକୁ ପଠାଯାଇଛି। ତହସିଲଦାର ଡ. ଦୟାସିନ୍ଧୁ ପରିଡା ଘଟଣାସ୍ଥଳରେ ପହଞ୍ଚତ୍ ରିପୋର୍ଟ ସଂଗ୍ରହ କରିବା ସହ ସହାୟତା ପାଇଁ ସୁପାରିଶ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri