ଧାନମଣ୍ଡି ନିକଟରେ ଭାଙ୍ଗି ପଡିଲା ଗଛ: ଚାଷୀ ଗୁରୁତର

ଔପଦା, ୧୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ବଡ଼ପୋଖରୀ ସେବା ସମବାୟ ସମିତି ପକ୍ଷରୁ କିଣାଯାଉଥିବା ଧାନମଣ୍ଡି ନିକଟରେ ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଏକ ବିରାଟ ଶୁଖିଲା ତେନ୍ତୁଳି ଗଛ ହଠାତ୍‌ ଭାଙ୍ଗି ପଡ଼ିଥିଲା। ସେଠାରେ ଥିବା ବଡପୋଖରୀ ଗ୍ରାମର ଚାଷୀ ସନ୍ତୋଷ କୁମାର ପଣ୍ଡା ଗୁରୁତର ଆହତ ହୋଇଛନ୍ତି। ବହୁ ଚାଷୀ ଅଳ୍ପକେ ରକ୍ଷାପାଇଯାଇଛନ୍ତି। ଏହି ବିପଦପୂର୍ଣ୍ଣ ଶୁଖିଲା ତେନ୍ତୁଳି ଗଛକୁ ହଟାଯିବା ପାଇଁ ଗ୍ରାମବାସୀ ଓ ସମିତି ପକ୍ଷରୁ ସ୍ଥାନୀୟ ପ୍ରଶାସନକୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ ଯିବାରୁ ଏହି ଅଘଟଣ ଘଟିଥିବା କୁହାଯାଉଛି।
ଚାଷୀ ସନ୍ତୋଷ କୁମାରଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଚିକିତ୍ସା ପାଇଁ ସୋର ଡାକ୍ତରଖାନାକୁ ନେଇଯାଇଥିଲେ। ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତୁରନ୍ତ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବଡପୋଖରୀ ପଞ୍ଚାୟତର ସମିତିସଭ୍ୟ ଅରୁଣ କୁମାର ବେହେରା ସମିତି ନିକଟରେ ଥିବା ଏହି ବିପଦପୂର୍ଣ୍ଣ ଅବସ୍ଥାରେ ଥିବା ଗଛକୁ ହଟାଇବା ପାଇଁ ପ୍ରଶାସନଠାରେ ଲିଖିତ ଭାବେ ଜଣାଇଥିବା କହିଛନ୍ତି। ସମିତିର ସମ୍ପାଦକ ବଟକୃଷ୍ଣ ଦାସ ଏହି ଗଛକୁ ହଟାଯିବା ପାଇଁ ଗ୍ରାମବାସୀ ଓ ସମିତି ପକ୍ଷରୁ ଉଚ୍ଚକର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ସ୍ଥାନୀୟ ତହସିଲଦାର ପିତାମ୍ବର ଭୋଇ ଏହାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri