Posted inଜାତୀୟ

ଧାନର ଏମ୍‌ଏସ୍‌ପି ୬୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଧାନ ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରାଯାଇଛି। ଧାନର ଏମ୍‌ଏସ୍‌ପି ୩.୭% ବୃଦ୍ଧି କରାଯାଇ କୁଇଣ୍ଟାଲ ପିଛା ୧୮୧୫ ଟଙ୍କା କରାଯାଇଛି। ୨୦୧୮-୧୯ରେ ଧାନର ମୂଲ୍ୟ ୧୭୫୦ ଟଙ୍କା ଥିଲା। ଅର୍ଥାତ୍‌ ୬୫ ଟଙ୍କା ବୃଦ୍ଧି ପାଇଛି। ସେହିପରି ଗ୍ରେଡ୍‌ ଏ ଧାନର ମୂଲ୍ୟକୁ ୧୭୭୦ରୁ ୧୮୩୫ ଟଙ୍କା, ଜୋଓ୍ବାର(ଶଙ୍କର) ମୂଲ୍ୟ ୨୪୩୦ ଟଙ୍କାରୁ ୨୫୫୦ ଟଙ୍କା, ଜୋଓ୍ବାର(ମାଲଡଣ୍ଡି)ର ମୂଲ୍ୟ ୨୪୫୦ ଟଙ୍କାରୁ ୨୫୭୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଅନୁରୂପ ଭାବେ ବାଜରାର ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୧୯୫୦ ଟଙ୍କାରୁ ୨୦୦୦ ଟଙ୍କା, ମାଣ୍ଡିଆ ୨୮୯୭ଟଙ୍କାରୁ ୩୧୫୦ ଟଙ୍କା, ମକା ୧୭୦୦ ଟଙ୍କାରୁ ୧୭୬୦ ଟଙ୍କା, ହରଡ ୫୬୭୫ ଟଙ୍କାରୁ ୫୮୦୦ ଟଙ୍କା, ମୁଗ ୬୯୭୫ ଟଙ୍କାରୁ ୭୦୫୦ ଟଙ୍କା, ବିରି ୫୬୦୦ ଟଙ୍କାରୁ ୫୭୦୦ ଟଙ୍କା, ଚିନାବାଦାମ ୪୮୯୦ ଟଙ୍କାରୁ ୫୦୯୦ ଟଙ୍କା, ସୂର୍ଯ୍ୟମୁଖୀ ମଞ୍ଜି ୫୩୮୮ ଟଙ୍କାରୁ ୫୬୫୦ ଟଙ୍କା, ସୋୟାବିନ ୩୩୯୯ ଟଙ୍କାରୁ ୩୭୧୦ ଟଙ୍କା, ରାଶି ୬୨୪୯ ଟଙ୍କାରୁ ୬୪୮୫ ଟଙ୍କା, ନାଇଗର ସିଡ୍‌ ୫୮୭୭ ଟଙ୍କାରୁ ୫୯୪୦ ଟଙ୍କା, କପା(ମଧ୍ୟମ) ୫୧୫୦ ଟଙ୍କାରୁ ୫୨୫୫ ଟଙ୍କା ଏବଂ କପା(ଲମ୍ବା) ୫୪୫୦ ଟଙ୍କାରୁ ୫୫୫୦ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ସୂଚନା ଦେଇଛନ୍ତି। ତୋମର କହିଛନ୍ତି ଯେ, ବିଳମ୍ବରେ ମୌସୁମୀ ଆସିବା କେବଳ ଚାଷୀଙ୍କ ପାଇଁ ନୁହେଁ, ବରଂ ସରକାରଙ୍କର ମଧ୍ୟ ଚିନ୍ତା ବଢ଼ାଇ ଦେଇଛି। କିନ୍ତୁ ଆଗକୁ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ କୃଷକଙ୍କ କଷ୍ଟ ଲାଘବ କରିବା ପାଇଁ ସରକାର ୧୪ ଖରିଫ ଫସଲର ଏମ୍‌ଏସ୍‌ପି ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ)ରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri