ଧାନରେ ଅଜଣା ରୋଗ, ଚିନ୍ତାରେ ଚାଷୀ

ସମ୍ବଲପୁର, ୨୯।୪ (ବ୍ୟୁରୋ): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ ତବଲା ଓ ଯୁଯୁମୁରା ବ୍ଲକ କୁକୁଡାପାଲି ଅଞ୍ଚଳରେ ଅଜଣା ରୋଗରେ ଧାନ ଚାଷ ନଷ୍ଟ ହେଉଛି। କୀଟନାଶକ ସିଞ୍ଚନ କଲେ ମଧ୍ୟ ପ୍ରତିକାର ହୋଇପାରୁନାହିଁ । ଏହାକୁ ନେଇ ଚାଷୀ ସଂଗଠନ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିବା ପରେ ବୁଧବାର ଜିଲା ମୁଖ୍ୟ କୃଷି ଅଧିକାରୀ ସନ୍ତୋଷ ରାୟଙ୍କ ସହିତ ଏକ ଟିମ୍‌ ଉକ୍ତ ଅଞ୍ଚଳ ପରିଦର୍ଶନ କରିଛି। ଚାଷୀଙ୍କ ସହ ଟିମ୍‌ ଆଲୋଚନା କରି ଧାନ କେଣ୍ଡାର ନମୁନା ସଂଗ୍ରହ କରିଛନ୍ତି। କୀଟନାଶକ ସିଞ୍ଚନ କରିବାକୁ ପରାମର୍ଶ ଦେଇଛନ୍ତି। ହେଲେ ଚାଷୀମାନେ କରାମାଡ ଓ ରୋଗରେ ନଷ୍ଟ ହୋଇଥିବା ଫସଲର କ୍ଷତିପୂରଣ ଦାବି କରିଛନ୍ତି। ଚାଷୀ ବିପିନ ଭୋଇ, କ୍ଷୀରୋଦ ମହାନନ୍ଦ, ରାହାସ ମହାନନ୍ଦ, ହାଲୁଆ ମହାନନ୍ଦ, କୃଷ୍ଣ ଭୋଏ ପ୍ରମୁଖଙ୍କ କ୍ଷେତକୁ କୃଷି ବିଭାଗ ଟିମ୍‌ ପରିଦର୍ଶନ କରିଛି। ସୂଚନାଯୋଗ୍ୟ, ଏପ୍ରିଲ ୨୧ ତାରିଖ ଅଦିନିଆ ବର୍ଷା ଓ କରାମାଡରେ ଫସଲ ନଷ୍ଟ ହୋଇଛି। ଏବେ ଯାହା ବଞ୍ଚତ୍ଛି ସେଥିରେ ଅଜଣା ରୋଗରେ ଦେଖା ଦେଇଛି। ଏଣୁ ଚାଷୀ ଚିନ୍ତିତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri