ଧାରଣା ସ୍ଥଳରେ ବିଡିଓ-ବିଧାୟକ ବାହିନୀପତି କଥା କଟାକଟି

ପାପଡ଼ାହାଣ୍ଡି,୫।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ୧୬ଦଫା ଦାବି ନେଇ ବୁଧବାରଠାରୁ କଂଗ୍ରେସ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦେଇଥିଲା। ଗୁରୁବାର ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ସେଠାରେ ପହଞ୍ଚତ୍ଥିଲେ। ସେ କଂଗ୍ରେସ ନେତା ଓ କର୍ମଚାରୀମାନଙ୍କ ସହ ଧାରଣା ଦେଇଥିଲେ। ଏହି ସମୟରେ ବିଡିଓ ରଞ୍ଜିତା ମଲ୍ଲିକ କାର୍ଯ୍ୟାଳୟରୁ ବାହାରକୁ ଯାଉଥିବାବେଳେ ବିଧାୟକ ବାହିନୀପତି ଅଟକାଇ ତାଙ୍କୁ ଦୁର୍ନୀତିଗ୍ରସ୍ତ ଏବଂ ତାଙ୍କ ସମୟରେ ସବୁ ଦୁର୍ନୀତି ହୋଇଛି ବୋଲି କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଛି।
ସୂଚନା ମୁତାବକ ୧୬ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ବୁଧବାର ବ୍ଲକ କାର୍ଯ୍ୟାଳୟ ଆଗରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯାଇଥିଲା। ବ୍ଲକବାସୀଙ୍କ ବିିଭିନ୍ନ ସମସ୍ୟା ନେଇ ବ୍ଲକ କଂଗ୍ରେସ ସଭାପତି ଶ୍ରୀକାନ୍ତ ମିଶ୍ରଙ୍କ ନେତୃତ୍ୱରେ ପୂର୍ବତନ ଡାବୁଗାଁ ବିଧାୟକ ଭୁଜବଳ ମାଝି, ପୂର୍ବତନ ବିଧାୟକ ସଦନ ନାୟକ, ଦ୍ୱାରିକା ମହାପାତ୍ର, ଶଶୀମୋହନ ଶର୍ମା, ରବୀନ୍ଦ୍ର ପ୍ରଧାନ, ଶେଖ ଅଜୀର ହୁସେନଙ୍କ ସହ ବହୁ କର୍ମୀ ସାମିଲ ହୋଇଥିଲେ। ଗୁରୁବାର ଧାରଣାସ୍ଥଳରେ ଭୁଜବଳ ମାଝି, ଜିଲା ପରିଷଦ ସଭ୍ୟା ଲିପିକା ମାଝି, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଉପସ୍ଥିତ ଥିଲେ। ଏହି ସମୟରେ ବିଡିଓ ବାହାରକୁ ଆସିଥିଲେ। ସୁଗାର ପେସେଣ୍ଟ, ଘରକୁ ଯାଇ ଜଲ୍‌ଦି ଖାଇବାର ଅଛି ବୋଲି ବିଡିଓ କହିବା ପରେ ମଧ୍ୟ ବାହିନୀପତି ତାଙ୍କୁ ଯିବାକୁ ଦେଇ ନ ଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଖବରପାଇ ଘଟଣାସ୍ଥଳରେ ପାପଡ଼ାହାଣ୍ଡି ପୋଲିସ, ନବରଙ୍ଗପୁର ଉପଜିଲାପାଳ ଭାସ୍କର ରଇତ, ତହସିଲଦାର ଯୋଗେଶ୍ୱର ଭୋଇ ପ୍ରମୁଖ ପହଞ୍ଚତ୍ଥିଲେ। କଂଗ୍ରେସ କର୍ମୀମାନେ ବ୍ଲକ କାର୍ଯ୍ୟାଳୟରେ ପଶି ଶୀଘ୍ର ଦାବି ପୂରଣ ଲାଗି ଜିଦ୍‌ ଧରିଥିଲେ। ଦାବି ଯଥାଶୀଘ୍ର ପୂରଣ ହେବ ବୋଲି ବିଡିଓ ପ୍ରତିଶ୍ରୁତି ଦେବାପରେ ଧାରଣା ହଟିଛି। ମାସକ ମଧ୍ୟରେ ଦାବି ପୂରଣ ନ ହେଲେ ପୁଣି ଧାରଣା ଦିଆଯିବ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri