Posted inଜାତୀୟ

ଧାରଣାରେ ବସିଥିବା ଆର୍‌ଏଲ୍‌ଏସ୍‌ପି ଅଧ୍ୟକ୍ଷଙ୍କ ବିଗଡ଼ିଲା ସ୍ବାସ୍ଥ୍ୟାବସ୍ଥା

ପାଟନା,୨୭।୧୧: ବିହାରରେ ଶିକ୍ଷା ବ୍ୟବସ୍ଥାର ଖରାପ୍‌ ସ୍ଥିତିକୁ ନେଇ ଆମରଣ ଅନଶନରେ ବସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ସମତା ପାର୍ଟି(ଆର୍‌ଏଲ୍‌ଏସ୍‌ପି)ର ଅଧ୍ୟକ୍ଷ ଉପେନ୍ଦ୍ର କୁଶଓ୍ବାହା। ପାଟନାର ମିଲର ଉଚ୍ଚ ବିଦ୍ୟାଳୟ ପରିସରରେ ଉପେନ୍ଦ୍ରଙ୍କ ଅନଶନରେ ବସିଛନ୍ତି। ଏହି ଆନ୍ଦୋଳନରେ ଦଳର କର୍ମକର୍ତ୍ତାମାନେ ସାମିଲ ହୋଇଥିବା ବେଳେ ଅନ୍ୟ ଦଳର ମଧ୍ୟ ସମର୍ଥନ ମିଳିଛି। ଗତ ୨୪ଘଣ୍ଟା ଧରି ଅନଶନରେ ବସିଥିବା ଯୋଗୁ ଉପେନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ସହ ୫କିଲୋ ଓଜନ ହ୍ରାସ ପାଇଛି। ଏଥିସହ ତାଙ୍କର ବ୍ଲଡ ପ୍ରେସର ବଢ଼ିଯିବା ସହ ପଲ୍ସ ରେଟ୍‌ ମଧ୍ୟ କମିଯାଇଥିବା ଜଣାପଡ଼ିଛି। ଧାରଣାସ୍ଥଳରେ ଡାକ୍ତର ପହଞ୍ଚି ତାଙ୍କର ଚିକିତ୍ସା କରିଛନ୍ତି। ଲଗାତାର ଭାବେ ଡାକ୍ତର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ବୋଲି କର୍ମକର୍ତ୍ତାମାନେ କହିଛନ୍ତି। ଅନଶନର ଦ୍ୱିତୀୟ ଦିନରେ ଉପେନ୍ଦ୍ର ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ନିବେଦନ କରିଛନ୍ତି। ଏଥିସହ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ସେ ଦାବି କରିଛନ୍ତି। ଏଥିପାଇଁ ଉପେନ୍ଦ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଦେଖା କରିବା ପାଇଁ ସମୟ ମାଗିଥିଲେ। ହେଲେ ସମୟ ମିଳି ନ ଥିବାରୁ ସେ ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri