ଧୂପକାଠି ନିଆଁରୁ ଜଳିଗଲା ପିବିସି ପାଇପ

ବ୍ରହ୍ମପୁର ଅଫିସ,୨୦। ୭: ଗଞ୍ଜାମ ଜିଲା ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଶଶିଭୂଷଣ ମହିଳା ମହାବିଦ୍ୟଳୟ ପାର୍ଶ୍ୱରେ ଥିବା ପୁରୁଣା ଖ୍ରୀଷ୍ଟିୟାନ ସାହିରେ ରଖାଯାଇଥିବା ପିବିସି ପାଇପ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସହକାରୀ ଅଗ୍ନିଶମ ଅଧିକାରୀ(ଏଏଫଓ) ସନାତନ ମହାପାତ୍ର ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଉକ୍ତ ସାହିରେ ରହୁଥିବା ବ୍ୟବସାୟୀ ବ୍ରହ୍ମାନନ୍ଦ ରାଉତଙ୍କ ଘର ସମ୍ମୁଖରେ ୧୫୦ଟି ୩୦ ଫୁଟ ବିଶିଷ୍ଟ ପିବିସି ପାଇପ ରଖିଥିଲେ । ତେବେ ରାତିରେ ସେଥିରେ ନିଆଁ ଲାଗିଯାଇଥିବା ସେ ଦେଖିବାକୁ ପାଇଥିଲେ । ଏ ନେଇ ସେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ପାଇପ ନିକଟରେ ଥିବା ଏକ ତୁଳସୀ ଚଉରାରେ ଲାଗିଥିବା ଧୂପକାଠି ନିଆଁରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଏଏଫଓ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri