ଧୂଳି ଉଡ଼ିବା ପ୍ରତିବାଦରେ ହଟିଂବାସୀଙ୍କ ରାଜପଥ ଅବରୋଧ

ଯୋଡ଼ା, ୨୫।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ୫୨୦ନଂ ଜାତୀୟ ରାଜପଥରେ ପ୍ରବଳ ମାତ୍ରାରେ ଧୂଳି ଉଡିବା ପ୍ରତିବାଦରେ ମଙ୍ଗଳବାର ଯୋଡା ଟଲକ ହଟିଂବାସୀ ୫୨୦ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ମଙ୍ଗଳବାର ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ହଟିଂବାସୀ ଏହି ଅବରୋଧ କରିଥିଲେ। ଖବର ପାଇ ଯୋଡା ଥାନା ଆଇଆଇସି ରାଇସେନ୍‌ ମୁର୍ମୁ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରି ରାସ୍ତାରେ ପାଣି ସିଞ୍ଚନ କରିବା ପାଇଁ ପ୍ରତିଶ୍ରୁତି ଦେବା ପରେ ହଟିଂବାସୀ ରାସ୍ତା ଅବରୋଧରୁ ହଟିଥିଲେ। ହଟିଂବାସୀ ସେମାନଙ୍କ ଅଭିଯୋଗରେ କହିଥିଲେ ଯେ, କିଛି ଦିନ ପୂର୍ବେ ଏହି ଅଞ୍ଚଳକୁ ଷ୍ଟାଣ୍ଡିଂ କମିଟି ଓ ମୁଖ୍ୟ ଶାସନ ସଚିବ ଆସିଥିବା ସମୟରେ ରାସ୍ତାରେ ଥିବା ଖାଲଖମାରେ ମାଟି ପକାଇ ଦିଆଯାଇଥିଲା। ଯାହାକି ବର୍ତ୍ତମାନ ଜନସାଧାରଣଙ୍କ ପାଇଁ ଅସୁବିଧା ସାଜିଛି ା କାରଣ, ଖାଲଖମାରେ ପକାଯାଇଥିବା ମାଟିରୁ ଧୂଳି ଉଡି ରାସ୍ତା ସମ୍ପୂର୍ଣ୍ଣ ଧୂଳିରେ କୁହୁଡି ପରି ଆଚ୍ଛାଦିତ ହୋଇଯାଉଛି ା ଗତ ରବିବାର ସନ୍ଧ୍ୟା ସମୟରେ ଏହି ରାଜପଥରେ ବହୁ ମାତ୍ରାରେ ଧୂଳି ଯୋଗୁ ଏକ ମାରୁତି କାର୍‌ର ଚାଳକ ଦେଖି ନ ପାରି ଗାଡିଟିକୁ ରାସ୍ତାର ତଳ ପାର୍ଶ୍ୱକୁ ଖସାଇଦେଇଥିଲେ ା ସେଠାରେ ଉପସ୍ଥିତ ଥିବା ମନୋଜ ବେହେରା ଓ ସାଥୀମାନେ ଗାଡିଟିକୁ ଠେଲି ସେଠାରୁ ବାହାର କରିଥିଲେ ା ବହୁ ମାତ୍ରାରେ ଧୂଳି ଉଡିବା ଦ୍ୱାରା ଘରବାଡି, ଗଛପତ୍ର ଏପରିକି ଖାଦ୍ୟପଦାର୍ଥରେ ମଧ୍ୟ ଧୂଳି ଜମି ଯାଉଛି। ଫଳରେ ସ୍ଥାନୀୟ ହଟିଂବାସୀଙ୍କ ଜୀବନ ଦୁର୍ବିସହ ହୋଇପଡିଥିବା ସେମାନେ ଅଭିଯୋଗ କରିଛନ୍ତି। ରାସ୍ତାରେ ପ୍ରତିଦିନ ପାଣି ସିଞ୍ଚନ କରିବା ପାଇଁ ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri