ଧୂଳିଧୂଆଁରେ ଅତିଷ୍ଠ ଅଞ୍ଚଳବାସୀ

ଯୋଡ଼ା, ୧୩।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳର ଏକାଧିକ ଖଣି ଥିବା ଜୁରୁଡି ଅଞ୍ଚଳବାସୀ ଧୂଳିଧୂଆଁରେ ଅତିଷ୍ଠ ହୋଇପଡିଥିବା ବେଳେ ଖାଦ୍ୟପଦାର୍ଥରେ ଧୂଳି ଜମି ଯାଉଥିବା ଅଭିଯୋଗ ହୋଇଛି। ଏଠାରେ ବିଭିନ୍ନ ଖଣି କମ୍ପାନୀ ଖଣିଜ ଉତ୍ତୋଳନ ଓ ପରିବହନ କରୁଥିବାରୁ ଅଞ୍ଚଳର ବାୟୁମଣ୍ଡଳ ଧୂଳିଧୂଆଁରେ ଆଚ୍ଛାଦିତ ହୋଇଛି। ଏପରିକି ବାମେବାରୀ-ଜୁରୁଡି ୨ନଂ ରାଜ୍ୟ ରାଜପଥ ଜରାଜୀର୍ଣ୍ଣ ହୋଇପଡିଥିବାରୁ ସ୍ଥାନୀୟବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଜୁରୁଡି ଅଞ୍ଚଳର ଜଣେ ଯୁବକ ଧନୁର୍ଯୟ କୁଲଦୀ କହିଛନ୍ତି ଯେ, ହଜାର ହଜାର ଟ୍ରକ ବିଭିନ୍ନ ଖଣି କମ୍ପାନୀର ଖଣିଜ ପରିବହନ କରୁଛନ୍ତି। ଜରାଜୀର୍ଣ୍ଣ ରାସ୍ତା ହେତୁ ଟ୍ରକ ଡମ୍ପର ଚଳାଚଳ ବେଳେ ପ୍ରବଳ ମାତ୍ରାରେ ଧୂଳି ଉଡି ସ୍ଥାନୀୟ ଅଞ୍ଚଳବାସୀଙ୍କ ଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଏହାସହ ରାସ୍ତା ମରାମତି କାର୍ଯ୍ୟ ଚାଲୁଥିଲେ ହେଁ, ରାସ୍ତାରେ ଜଳସିଞ୍ଚନର ବ୍ୟବସ୍ଥା କରାଯାଉ ନ ଥିବାରୁ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଛି। ଅନେକ ସମୟରେ ରାସ୍ତାରେ ଜଳସିଞ୍ଚନ ଦାବି କରି ରାସ୍ତାରୋକୋ ଆନ୍ଦୋଳନ କରାଯିବା ବେଳେ ସ୍ଥାନୀୟ ପ୍ରଶାସନର ହସ୍ତକ୍ଷେପ ପରେ ବିଭିନ୍ନ ଖଣି କମ୍ପାନୀକୁ ଖଣିମଣ୍ଡଳର ରାସ୍ତାରେ ପାଣି ସିଞ୍ଚନର ଦାୟିତ୍ୱ ଦିଆଯାଇଥିଲା। ତେବେ ଏହି ଜଳସିଞ୍ଚନର ବ୍ୟବସ୍ଥା କାଁ ଭାଁ ହେଉଛି। ଏନେଇ ସ୍ଥାନୀୟ ଲୋକେ ଅନେକ ଥର ରାସ୍ତାରୋକୋ କଲେ ଦିନେ ଦୁଇଦିନ ପର୍ଯ୍ୟନ୍ତ ରାସ୍ତାରେ ପାଣି ପକାଇ ପୁଣି ବନ୍ଦ କରି ଦିଆଯାଉଛି। ଏଣୁ ଅଞ୍ଚଳରେ ଧୂଳିଧୂଆଁ ଜନିତ ପ୍ରଦୂଷଣ ନିୟନ୍ତ୍ରଣ ହୋଇପାରୁନାହିଁ। ଏଥିପ୍ରତି ତୁରନ୍ତ ଦୃଷ୍ଟି ନ ଦେଲେ ଅତିଷ୍ଠ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri