Posted inଖେଳ

ଧୋନୀ, ଗିଲଖ୍ରୀଷ୍ଟଙ୍କଠାରୁ ଉନ୍ନତର ଉଇକେଟକିପର ବ୍ୟାଟ୍ସମ୍ୟାନ

କରାଚୀ,୨୨।୯: କ୍ରିକେଟ ଇତିହାସରେ ସର୍ବଶ୍ରେଷ୍ଠ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ବିବେଚିତ ଅଷ୍ଟ୍ରେଲିଆର ଆଡାମ ଗିଲଖ୍ରୀଷ୍ଟ ଓ ଭାରତର ମହେନ୍ଦ୍ର ସିଂ ଧୋନୀ। ଏମାନଙ୍କୁ ପଛରେ ପକାଇଛନ୍ତି ପାକିସ୍ତାନର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ କମରାନ ଆକମଲ। ଫଇସଲାବାଦଠାରେ ନର୍ଦ୍ଦନ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଣ୍ରେଣୀ ମ୍ୟାଚ୍‌ରେ ସେଣ୍ଟ୍ରାଲ ପଞ୍ଜାବ ପାଇଁ ଖେଳୁଥିବା କମରାନ କ୍ୟାରିୟରର ୩୧ତମ ଶତକ ହାସଲ କରିଛନ୍ତି। ଏହି ଶତକ ସହିତ ଆକମଲ ଏସିଆର ପ୍ରଥମ ଉଇକେଟକିପର ବ୍ୟାଟ୍ସମ୍ୟାନ ଭାବେ ପ୍ରଥମ ଶ୍ରେଣୀ କ୍ରିକେଟରେ ୩୧ତମ ଶତକ ଲଗାଇଛନ୍ତି। ତେବେ ଏହି ସଫଳତା ପାଇବାରେ ସେ ବିଶ୍ୱର ଦ୍ୱିତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ। ଏହି ତାଲିକାରେ ଲେସ ଆମେସ ୫୬ ଶତକ ସହ ଶୀର୍ଷରେ ରହିଛନ୍ତି। ଏଥିରେ ୨୯ ଶତକ ସହ ଗିଲଖ୍ରୀଷ୍ଟ ୩ୟ ସ୍ଥାନରେ ଅଛନ୍ତି। ଆକମଲଙ୍କ ୧୫୭ ରନ୍‌ର ଇନିଂସ ବଳରେ ସେଣ୍ଟ୍ରାଲ ପଞ୍ଜାବ ଦଳ ୫ ଉଇକେଟ ବିନିମୟରେ ୩୬୯ ରନ୍‌ କରିଛି। ଘରୋଇ କ୍ରିକେଟରେ ଭଲ ପ୍ରଦର୍ଶନ ସତ୍ତ୍ୱେ ଚୟନକର୍ତ୍ତା ତାଙ୍କୁ ଜାତୀୟ ଦଳରେ ଆଉ ସୁଯୋଗ ଦେଉନାହାନ୍ତି। ଅନ୍ତିମ ଥର ୨୦୧୭ରେ ଜାତୀୟ ଦଳ ପାଇଁ ଖେଳିଥିଲେ। ସେ ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ସ୍ତରରେ ୫୩ ଟେଷ୍ଟ, ୧୫୭ ଦିନିକିଆ ଓ ୫୮ ଟି୨୦ ଖେଳିଛନ୍ତି। ସମସ୍ତ ଫର୍ମାଟରେ ମୋଟ ୬୮୭୧ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri