Posted inଖେଳ

‘ଧୋନୀ ଭାରତର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକ’

ନୂଆଦିଲ୍ଲୀ, ୧୩।୨ (ପି.ଟି.)- ବେଶ୍‌ କିଛିଦିନ ଧରି କ୍ରିକେଟ୍‌ରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତର ସର୍ବକାଳକୀନ ଶ୍ରେଷ୍ଠ ଅଧିନାୟକ ବୋଲି ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନା କହିଛନ୍ତି। ଉଭୟ ଧୋନୀ ଓ ରାଇନା ଆଇପିଏଲ୍‌ରେ ସମାନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ପକ୍ଷରୁ ଖେଳୁଛନ୍ତି। ଏଥିରେ ମଧ୍ୟ ଧୋନୀ ଦଳର ନେତୃତ୍ୱ ନେଉଛନ୍ତି। ତେବେ ଜାତୀୟ ଦଳରୁ ଦୂରେଇ ରହିଥିଲେ ମଧ୍ୟ ଧୋନୀ ଆଇପିଏଲ୍‌ର ଆଗାମୀ ତ୍ରୟୋଦଶ ସଂସ୍କରଣରେ ମଧ୍ୟ ଚେନ୍ନାଇ ସୁପର୍‌ କିଙ୍ଗ୍ସର ନେତୃତ୍ୱ ନେବେ ବୋଲି ଜଣାପଡ଼ିଛି। ‘ମୁଁ ଭାବୁଛି କି ଆମ ପାଖରେ ଶ୍ରେଷ୍ଠ ଅଧିନାୟକ ଥିଲେ, ଯିଏକି ଭାରତୀୟ ଟିମ୍‌କୁ ବଦଳାଇ ଦେଇଥିଲେ। ଏବେମଧ୍ୟ ସେ ଆମ ଡ୍ରେସିଂ ରୁମ୍‌ (ଚେନ୍ନାଇ ସୁପର୍‌ କିଙ୍ଗ୍ସ)ରେ ରହିଛନ୍ତି’ ବୋଲି ଷ୍ଟାର୍‌ ସ୍ପୋଟର୍‌ସ ତାମିଲ ପକ୍ଷରୁ ଅନୁଷ୍ଠିତ ‘ଦି ସୁପର୍‌ କିଙ୍ଗ୍ସ ଶୋ’ ଅବସରରେ ରାଇନା ଏହା କହିଛନ୍ତି। ୩୮ ବର୍ଷୀୟ ଧୋନୀ ପୂର୍ବରୁ ଟେଷ୍ଟରୁ ଅବସର ଘୋଷଣା କରିସାରିଥିବାବେଳେ ଏବେ କେବଳ ସୀମିତ ଓଭର କ୍ରିକେଟ୍‌ ଖେଳୁଛନ୍ତି। ତେବେ ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ ପରଠାରୁ ଧୋନୀ କ୍ରିକେଟ୍‌ରୁ ଦୂରେଇ ଯାଇଛନ୍ତି। ଆଇପିଏଲ୍‌ରେ ସେ ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି। ମାର୍ଚ୍ଚ ୨୩ରୁ ଚେନ୍ନାଇ ଏହାର ଅଭିଯାନ ଆରମ୍ଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?