Posted inଖେଳ

ଧୋନୀଙ୍କ ସପକ୍ଷରେ ସଚିନ

ବର୍ମିଂହାମ, ୩।୭ (ପି.ଟି.): ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଭେଟେରାନ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟାଟିଂରେ କୌଣସି ତ୍ରୁଟି ଦେଖିବାକୁ ମିଳି ନ ଥିଲା ବୋଲି କ୍ରିକେଟ୍‌ କିମ୍ବଦନ୍ତୀ ସଚିନ ତେନ୍ଦୁଲକର କହିଛନ୍ତି। ନିକଟରେ ସଚିନ କିନ୍ତୁ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ ପରେ ଧୋନୀଙ୍କୁ ତାଙ୍କ ଧିମା ବ୍ୟାଟିଂ ଲାଗି ସମାଲୋଚନା କରିଥିଲେ। ଧୋନୀଙ୍କର ‘ଇଚ୍ଛା ଶକ୍ତିର ଅଭାବ’ ରହିଛି ବୋଲି କହି ସଚିନ ସେତେବେଳେ ତାଙ୍କୁ ସମାଲୋଚନା କରିଥିଲେ।
ବିପକ୍ଷ ମ୍ୟାଚ୍‌ରେ ଧୋନୀ ୩୩ ବଲରୁ ୩୫ ରନ କରିଥିବାବେଳେ ଭାରତ ଶେଷ ୧୦ ଓଭରରୁ ମାତ୍ର ୬୩ ରନ ସଂଗ୍ରହ କରିବାରେ ସଫଳ ହୋଇଥିଲା। ଏହି ଧିମା ବ୍ୟାଟିଂକୁ ନେଇ ସୋସିଆଲ ମିଡିଆରେ ପ୍ରଶଂସକମାନେ ଧୋନୀଙ୍କୁ ସମାଲୋଚନା କରିବା ଆରମ୍ଭ କରି ଦେଇଛନ୍ତି। କିନ୍ତୁ ସଚିନ ଏହି ଇନିଂସକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରି ଧୋନୀଙ୍କ ସପକ୍ଷରେ ବାହାରିଛନ୍ତି। ‘ମୋତେ ଲାଗୁଛି ଏହା ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଥିଲା। ସେ (ଧୋନୀ) ତାହା କରିଛନ୍ତି, ଯାହା ଟିମ୍‌ ପାଇଁ ଠିକ୍‌ ଥିଲା। ଯଦି ସେ ୫୦ ଓଭର ପର୍ଯ୍ୟନ୍ତ କ୍ରିଜରେ ରହୁଛନ୍ତି, ତେବେ ତାଙ୍କ ସାଥୀରେ ଖେଳୁଥିବା ଅନ୍ୟ ଖେଳାଳିଙ୍କୁ ସାହାଯ୍ୟ କରିପାରିବେ। ତାଙ୍କଠାରୁ ଯାହା ଆଶା କରାଯାଉଥିଲା ସେ ତାହା କରିଛନ୍ତି’ ବୋଲି ସଚିନ ଏକ ସାକ୍ଷାତକାର ଅବସରରେ କହିଛନ୍ତି। ଏଥିସହ ଟିମ୍‌ ପ୍ରତି ଧୋନୀଙ୍କ ପ୍ରତିବଦ୍ଧତାକୁ ମଧ୍ୟ ସଚିନ ପ୍ରଶଂସା କରିଛନ୍ତି। ‘ଟିମ୍‌ ପ୍ରତି ଧୋନୀଙ୍କର ଏହା ପ୍ରତିବଦ୍ଧତା। ଯେଉଁ ସମୟରେ ଯାହା ଆବଶ୍ୟକତା ହେଉଥାଏ ତାହା କରିବାକୁ ହିଁ ପଡ଼ିଥାଏ। ମଙ୍ଗଳବାର ସେ ତାହାହିଁ କରିଛନ୍ତି’ ବୋଲି ମାଷ୍ଟର ବ୍ଲାଷ୍ଟର ଏହି ଅବସରରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri