Posted inଖେଳ

ଧୋନୀଙ୍କୁ ପଛରେ ପକାଇବେ ରୋହିତ

ନୂଆଦିଲ୍ଲୀ,୩।୧୧- ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ରବିବାର ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଧ ଯୋଡ଼ିବେ। ଭାରତ ପାଇଁ ସର୍ବାଧିକ ଟି୨୦ ମ୍ୟାଚ୍‌ ଖେଳିଥିବା ଖେଳାଳିଙ୍କ ମଧ୍ୟରେ ରୋହିତ ଏବେ ମହେନ୍ଦ୍ର ସିଂ ଧୋନୀଙ୍କ ସମକକ୍ଷ ଅଛନ୍ତି। ୨୦୦୭ ଟି୨୦ ବିଶ୍ୱକପ୍‌ରେ ପଦାର୍ପଣ କରିଥିବା ରୋହିତ ଏପର୍ଯ୍ୟନ୍ତ ୯୮ଟି ଲେଖାଏ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ଏଣୁ ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ରୋହିତ ଧୋନୀଙ୍କୁ ପଛରେ ପକାଇବା ନିଶ୍ଚିତ କରିଛନ୍ତି। ବିଶ୍ୱରେ ସର୍ବାଧିକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଥିବା ତାଲିକାରେ ପାକିସ୍ତାନ ଶୋଏବ ମଲିକ (୧୧୧ ମ୍ୟାଚ୍‌) ଓ ଶାହିଦ ଆଫ୍ରିଦୀ (୯୯) ଶୀର୍ଷରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri