Posted inଖେଳ

ଧୋନୀଙ୍କୁ ସାଲ୍ୟୁଟ୍‌ କଲେ କଟ୍ରେଲ

ନୂଆଦିଲ୍ଲୀ,୨୯।୭(ପିଟି)- ଓ୍ବେଷ୍ଟଇଣ୍ଡିଜ ପେସର ଶେଲ୍ଡନ କଟ୍ରେଲ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ୨୦୧୧ ବିଶ୍ୱକପ୍‌ ଚାମ୍ପିୟନ ଅଧିନାୟକ ଏବେ ୧୦୬ ଟେରିଟୋରିଆଲ ଆର୍ମି ବାଟାଲିୟନରେ ସମ୍ମାନଜନକ ଲ୍ୟୁଟ୍‌ନାଣ୍ଟ କଲୋନେଲ ଭାବେ ଡ୍ୟୁଟି କରି ଦେଶ ପ୍ରତି ଥିବା ପ୍ରେମର ପରିଚୟ ଦେଇଛନ୍ତି। ନିକଟରେ ଇଂଲଣ୍ଡରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ କଟ୍ରେଲ ଆର୍ମି ଷ୍ଟାଇଲରେ ସାଲ୍ୟୁଟ୍‌ କରିି ଚର୍ଚ୍ଚାକୁ ଆସିଥିଲେ। ସେ ଟୁଇଟରରେ ଗତ ୨୦୧୮ ବର୍ଷର ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଧୋନୀ ରାଷ୍ଟ୍ରପତିଙ୍କଠାରୁ ରାଷ୍ଟ୍ରପତି ଭବନରେ ପଦ୍ମଭୂଷଣ ପୁରସ୍କାର ଗ୍ରହଣ କରୁଛନ୍ତି, ଯାହାକି ଦେଶର ୩ୟ ବଡ଼ ସମ୍ମାନ। କ୍ରିକେଟ ଫିଲ୍ଡରେ ଧୋନୀ ଜଣେ ପ୍ରେରଣାର ସ୍ରୋତ। କିନ୍ତୁ ସେ ଜଣେ ଦେଶ ଭକ୍ତ ମଧ୍ୟ। ଦେଶ ପାଇଁ ନିଜ ଦାୟିତ୍ୱଠାରୁ ସେ ଅଧିକ କରୁଛନ୍ତି ବୋଲି ଟୁଇଟ୍‌ କରିଛନ୍ତି। ଲ୍ୟୁଟ୍‌ନାଣ୍ଟ କଲୋନେଲ ଧୋନୀ ଜଣେ ପାରାଟ୍ରୁପର ମଧ୍ୟ। ସେ ୫ ଥର ପାରାଚ୍ୟୁଟ ଜମ୍ପ ଟ୍ରେନିଂ ମଧ୍ୟ କରିଛନ୍ତି। ଓ୍ବେଷ୍ଟଇଣ୍ଡିଜ ଗସ୍ତରୁ ଓହରିଥିବା ଧୋନୀ ୧୦୬ ଟିଏ ବାଟାଲିୟନ ସହ ୩୧ ତାରିଖରେ ଯୋଗଦେବେ। ସେଠାରେ ୧୫ ତାରିଖ ପର୍ଯ୍ୟନ୍ତ କଶ୍ମୀର ଭାଲିଠାରେ ପାଟ୍ରୋଲିଂ ଓ ଗାର୍ଡ ଡ୍ୟୁଟି କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri