Posted inଖେଳ

ନଂ ୧ ସ୍ଥାନକୁ ଫେରିଲେ ନାଡାଲ

ପ୍ୟାରିସ୍‌,୫।୧୧ – ସ୍ପେନ୍‌ ଅଭିଜ୍ଞ ଟେନିସ ଖେଳାଳି ରାଫାଲ ନାଡାଲ ଦୀର୍ଘ ଏକ ବର୍ଷ ପରେ ଏଟିପି ର଼୍ୟାଙ୍କିଙ୍ଗ୍‌ର ଏକ ନମ୍ବର ସ୍ଥାନକୁ ଫେରିଛନ୍ତି। ପ୍ୟାରିସ ମାଷ୍ଟର୍ସ ସେମିଫାଇନାଲରେ ପ୍ରବେଶ କରି ସେ ସୋମବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନକୁ ଉଠିଛନ୍ତି। ତଳିପେଟରେ ଯନ୍ତ୍ରଣା କାରଣରୁ ସେ କାନାଡ଼ାର ଡେନିସ ଶାପାଭାଲୋଭଙ୍କ ବିପକ୍ଷ ସେମିଫାଇନାଲ ମ୍ୟାଚ୍‌ରୁ ଓହରିଯାଇଥିଲେ। ଆସନ୍ତାକ ୧୦ରୁ ୧୭ ତାରିଖ ମଧ୍ୟରେ ଏଟିପି ଫାଇନାଲ୍ସ ଖେଳାଯିବାର କାର୍ଯ୍ୟକ୍ରମ ଥିବାରୁ ସେ କୌଣସି ରିସ୍କ ନେବାକୁ ଚାହିଁ ନ ଥିଲେ। ଫଳରେ ସେ ସେମିରୁ ଓହରିଯିବାକୁ ଶ୍ରେୟସ୍କର ମଣିଥିଲେ। ଏହା ସତ୍ତ୍ୱେ ମଧ୍ୟ ସେ ନଂ ୧ ସ୍ଥାନକୁ ଉଠିବାର ସଫଳ ହୋଇଛନ୍ତି। ୩୩ ବର୍ଷୀୟ ନାଡ଼ାଲ ଦ୍ୱିତୀୟ ବୟୋଜ୍ୱୋଷ୍ଠ ଖେଳାଳି ଭାବେ ଶୀର୍ଷକୁ ଉଠିଛନ୍ତି। ପୂର୍ବରୁ ସୁଇଜରଲାଣ୍ଡର ରୋଜର ଫେଡେରର ୩୬ ବର୍ଷ ବୟସରେ ୨୦୧୮ ଏଟିପି ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri