ଝାରସୁଗୁଡା ଅଫିସ,୧୮ା୪- ଝାରସୁଗୁଡା ପୋଲିସ ଚୋରି ଅଭିଯୋଗରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏମାନେ ହେଲେ ଝାରସୁଗୁଡ଼ା ସହର ସିରିଆ ବଗିଚା ଅଞ୍ଚଳର ମନିଷ ମୋର୍ଯ୍ୟ ଏବଂ ଟିଙ୍କୁ ବିଶୋୟୀ। ପୋଲିସ ପିଛା କରିବାରୁ ମନିଷ ବ୍ରିଜ ଉପରୁ ନଦୀକୁ ଡେଇଁ ଖସି ଯିବାକୁ ଉଦ୍ୟମ କରିଥିଲେ। ହେଲେ ଗାଁ ଲୋକେ ତାଙ୍କୁ ଧରି ନେଇଥିଲେ। ଟିଙ୍କୁଙ୍କୁ ପୋଲିସ ଦୌଡି ଦୌଡି ଧରିଥିଲା। ସୂଚନାଯୋଗ୍ୟ, ଝାରସୁଗୁଡା ସହରର ବିଭିନ୍ନ ସ୍ଥାନରୁ ଗତ ୧୪ ତାରିଖ ରାତିରେ ଘରର କବାଟ ଓ ଝରକା ତାଡି ଚୋରି ହୋଇଥିଲା। ୧୫ ତାରିଖ ଏ ନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ଏକ ସିସି ଟିଭି ଫୁଟେଜ ପୋଲିସର ହସ୍ତଗତ ହୋଇଥିଲା। ଏଥରୁ ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲା ପୋଲିସ। କୁତାବଗା ଗାଁରେ ସେମାନେ ଲୁଚିଥିବା ପୋଲିସକୁ ଖବର ମିଳିବା ପରେ ପୋଲିସ ଚଢ଼ାଉ କରିଥିଲା। ହେଲେ ପୋଲିସକୁ ଦେଖି ମନିଷ ଓ ଟିଙ୍କୁ ଦୌଡି ପଳାଇଥିଲେ। ମନିଷ ଇବ୍ ନଦୀ ବ୍ରିଜ ଉପରୁ ଡେଇଁ ପଡି ଖସିଯିବାକୁ ଉଦ୍ୟମ କରିଥିଲେ। ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯାଇଥିଲେ। ପାଖ ଗାଁ ଲୋକେ କିନ୍ତୁ ଏହି ଖବର ପାଇ ଯାଇଥିଲେ। ଶେଷରେ ମରାକୁଟା ଗାଁ ଲୋକେ ମନିଷଙ୍କୁ ନଦୀ ଭିତରୁ ଧରି ପୋଲିସ ଜିମା ଦେଇଥିଲେ। ତେବେ ସେମାନଙ୍କ ନିକଟରୁ ପୋଲିସ ବିଭିନ୍ନ ସାମଗ୍ରୀ ଜବତ କରିଛି।
Posted inHome, Home Left, ଆମ ଜିଲା ଖବର, ଝାରସୁଗୁଡ଼ା View All
ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…
ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…
ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…
ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…
ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…
କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି
ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…
କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ…
ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…
ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା
ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ
କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…
ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ
କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…
Archives

