ନକଲି ମଦ କାରଖାନା ଠାବ: ବିପୁଳ ସାମଗ୍ରୀ ଜବତ, ୩ ଗିରଫ

ଢେଙ୍କାନାଳ ଅଫିସ,୧୯ା୫-ଢେଙ୍କାନାଳ ସହର ଉପକଣ୍ଠ ରାମେଶ୍ୱରପୁର ଅଞ୍ଚଳରୁ ସୋମବାର ବିଳମ୍ବିତ ରାତିରେ ଏକ ନକଲି ମଦ ତିଆରି କାରଖାନା ଠାବ କରାଯାଇଛି। ବେଆଇନ ମଦ ପ୍ରସ୍ତୁତିରେ ସମ୍ପୃକ୍ତି ଅଭିଯୋଗରେ ରାମେଶ୍ୱରପୁରର ବିକାଶ ପୁହାଣ(୪୮), ସିମିଳିଆର ଅଜୟ ଦଳେଇ (୪୧) ଏବଂ କାଇଁଶ ଅଞ୍ଚଳର ଅଦ୍ୱୈତ ପୃଷ୍ଟି (୩୯)ଙ୍କୁ ଗିରଫ କରାଯାଇଛି। ଘଟଣାସ୍ଥଳରୁ ୧୯୬ ଲିଟର ନକଲି ଦେଶୀମଦ, ୧୦ଟି ପ୍ୟାକିଂ ପାଇଁ ଉଦ୍ଦିଷ୍ଟ ଜରି ପ୍ୟାକେଟ୍‌, ଗୋଟିଏ ବଡ଼ ସିଲିଂ ମେଶିନ, ୩ ଛୋଟ ସିଲିଂ ମେଶିନ, ୫ ଲିକୁଇଡ୍‌ ପ୍ଲେଭର ବୋତଲ ଜବତ କରାଯାଇଛି।
କରୋନା କଟକଣା ଯୋଗୁ ସହରର ସମସ୍ତ ଦେଶୀଭାଟି, ବିକ୍ରି କେନ୍ଦ୍ର ଏବଂ ବିଦେଶୀ ମଦ ଦୋକାନ ସିଲ୍‌ କରାଯାଇଛି। ଏସବୁ ସତ୍ତ୍ୱେ ଚୋରାରେ ବିପୁଳ ପରିମାଣରେ ନକଲି ମଦ କାରିବାର ହେଉଛି। କାଇଁଶ ଏପରି ଏକ ମଦ କାରଖାନା ଚାଲିଥିବା ସୂଚନା ପାଇ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶରେ ଜିଲା ଅବକାରୀ ଅଧୀକ୍ଷକ ମନୋଜ ସେଠୀ, ଟାଉନ ଥାନା ପୋଲିସ ଏବଂ ବିଭାଗୀୟ କର୍ମଚାରୀମାନେ ମିଳିତ ଭାବେ ଚଢ଼ାଉ କରିଥିଲେ। ଅଦ୍ୱୈତଙ୍କ ଘରୁ ୫୦ ଲିଟର ଦେଶୀ ମଦ ଜବତ କରାଯାଇଥିଲା। ତାଙ୍କୁ ପଚରାଉଚୁରା ପରେ ସେ ରାମେଶ୍ୱରପୁର ଅଞ୍ଚଳରେ ଚାଲିଥିବା ମଦ କାରଖାନା ସମ୍ପର୍କରେ ସୂଚନା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri