ନକଲି ସାମଗ୍ରୀ ବିକ୍ରିରୁ ବାର୍ଷିକ କ୍ଷତି ହେଉଛି ୧ ଲକ୍ଷ କୋଟି

ନୂଆଦିଲ୍ଲୀ,୧୨-୮: ବିଭିନ୍ନ କ୍ଷେତ୍ରରେ ନକଲି ସାମଗ୍ରୀ ବିକ୍ରି ଯୋଗୁ ଦେଶକୁ ପ୍ରତିବର୍ଷ ପ୍ରାୟ ୧.୦୫ ଲକ୍ଷ କୋଟି ଟଙ୍କା କ୍ଷତି ସହିବାକୁ ପଡୁଛି। ଏହାକୁ ରୋକିବା ଲାଗି ଜନସଚେତନତା ସୃଷ୍ଟି, ନଜର ରଖିବାକୁ କଡାକଡି କରିବା ତଥା ଏହା ବିରୋଧରେ କାର୍ଯା୍ୟାନୁଷ୍ଠାନକୁ ସୁଦୃଢ଼ କରିବାର ଆବଶ୍ୟକତା ଦେଖାଦେଇଛି ବୋଲି ୬୦ ସଦସ୍ୟଙ୍କୁ ନେଇ ଗଠିତ ଅଥେଷ୍ଟିକେଶନ ସଲ୍ୟୁଶନ ପ୍ରୋଭାଇଡର୍ସ ଆସୋସିଏଶନ(ଏଏସ୍‌ପିଏ) ପକ୍ଷରୁ କୁହାଯାଇଛି। ସଂଘ ପକ୍ଷରୁ ବ୍ରାଣ୍ଡ, ଆୟ ଓ ଦସ୍ତାବିଜର ସୁରକ୍ଷା ଲାଗି ପ୍ରମାଣନ ପ୍ରଯୁକ୍ତି ଓ ସମାଧାନ ଆପଣାଇବା ଉପରେ ଜୋର ଦିଆଯାଇଛି। ଏଏସ୍‌ପିଏ ପ୍ରେସିଡେଣ୍ଟ ନକୁଳ ପସରିଚା କହିଛନ୍ତି ଯେ, ଠିକ୍‌ ପ୍ରମାଣନ ପ୍ରକ୍ରିୟା ଆପଣାଇବା, କାର୍ଯ୍ୟାନୁଷ୍ଠାନ ଗ୍ରହଣ, ଜନସଚେତନତା ସୃଷ୍ଟି ଓ ତୀକ୍ଷ୍ମ ଦୃଷ୍ଟି ଦ୍ୱାରା ନକଲି ସାମଗ୍ରୀ ବିକ୍ରିକୁ ଅତିକମ୍‌ରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ରୋକାଯାଇପାରିବ। ଏହାଦ୍ୱାରା ପ୍ରାୟ ୫୦ ହଜାର କୋଟି ଟଙ୍କା ବାର୍ଷିକ ଆୟକୁ ସଞ୍ଚୟ କରାଯାଇପାରିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri