ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ କରାଯାଇଛି। ଏଥିସହ ଏ ନେଇ ଅଭିଯୋଗ ହେବା ପରେ ଧାମନଗର ଥାନାରେ ଏକ ମାମଲା(ନଂ.୨୬୪/୧୯) ରୁଜୁ ହୋଇଛି। ସିଡିପିଓ ନମିତା ଦାସଙ୍କ ସୂଚନା ଅନୁଯାୟୀ, ଉକ୍ତ କେନ୍ଦ୍ରରେ ଅବସ୍ଥାପିତ ଅଙ୍ଗନଓ୍ବାଡି କର୍ମୀଙ୍କର ସୁପରଭାଇଜର ପଦବୀକୁ ପଦୋନ୍ନତି ହେବା ପରେ ଉକ୍ତ ପଦବୀ ଖାଲି ପଡ଼ିଥିଲା। ବିଜ୍ଞାପନ ଜରିଆରେ ଖାଲି ପଦବୀ ପାଇଁ କେତେଜଣ ଆବେଦନକାରୀ ଦରଖାସ୍ତ କରିଥିଲେ। ଦରଖାସ୍ତ ଯାଞ୍ଚ ପରେ ଆବେଦନକାରୀଙ୍କ ଗ୍ରାମକୁ ତଲବ ପାଇଁ ସୂଚନା ଦିଆଯାଇଥିଲା। କେନ୍ଦ୍ରର ସହାୟିକା ଦାସ ମଧ୍ୟ କର୍ମୀ ପଦବୀ ଲାଗି ଦରଖାସ୍ତ କରିଥିଲେ। ସେ ମାଟ୍ରିକ ପାସ୍‌ କରିଥିବା ଏକ ନକଲି ସାର୍ଟିଫିକେଟ ଦେଇଥିଲେ। ଯାଞ୍ଚ ସମୟରେ ସହାୟିକାଙ୍କ ସାର୍ଟିଫିକେଟ ନକଲି ବୋଲି ସନ୍ଦେହ ହେବା ସହିତ ଅଭିଯୋଗ ପରେ ତାଙ୍କ ସାର୍ଟିଫିକେଟକୁ ଯାଞ୍ଚ ପାଇଁ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେ ଦୁଇଥର ବୋର୍ଡକୁ ଯାଇ ସାର୍ଟିଫିକେଟ ନକଲି ବୋଲି ରିପୋର୍ଟ ବାହାର କରିଥିଲେ। ଏହାପରେ ଉପଜିଲାପ।ଳଙ୍କ ନିର୍ଦ୍ଦେଶକ୍ରମେ ବିମଳାଙ୍କୁ ସହାୟିକା ପଦବୀରୁ ବହିଷ୍କୃତ କରାଯାଇଛି। ସିଡିପିଓଙ୍କ ଅଭିଯୋଗ କ୍ରମେ ଧାମନଗର ପୋଲିସ ବୁଧବାର ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri