ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ୩ ଶିକ୍ଷାନୁଷ୍ଠାନରେ ସ୍ବତନ୍ତ୍ର ଟିମ୍‌ର ଯାଞ୍ଚ

ଭଦ୍ରକ ଅଫିସ,୧୨।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଷ୍ଟାଇପେଣ୍ଡ ଲୁଟୁଛନ୍ତି। ଏ ସମ୍ପର୍କରେ ଗତ ୨୬ ତାରିଖରେ ପ୍ରଥମେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତପତ୍ର ହୋଇଉଠିଛି। ଦ୍ୱିତୀୟ ଥର ପାଇଁ ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଦୁଇଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ୩ଟି ଶିକ୍ଷାନୁଷ୍ଠାନରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଚଢ଼ାଉ ବେଳେ ଅନୁଷ୍ଠାନଗୁଡ଼ିକରେ ପରୀକ୍ଷା ଚାଲୁଥିବାରୁ ଯାଞ୍ଚ ପ୍ରକ୍ରିୟା ସହଜ ହୋଇଥିଲା। ଉକ୍ତ ଅନୁଷ୍ଠାନର ସମୁଦାୟ କେତେ ଛାତ୍ରୀଛାତ୍ର, ସେମାନଙ୍କ ମଧ୍ୟରୁ କେତେଜଣ ଅନୁସୂଚିତ ଜାତି ଓ ଜନଜାତି, ହଷ୍ଟେଲରେ କେତେ ରହୁଛନ୍ତି, ଉକ୍ତ ଦିନ ପରୀକ୍ଷା କେତେ ଦେଉଛନ୍ତି ଓ ସେମାନଙ୍କ ଦସ୍ତଖତ ସମ୍ବଳିତ ପରୀକ୍ଷାର ଉପସ୍ଥାନ ଖାତାର ନକଲ ଦୁଇ ଟିମ୍‌ ସଂଗ୍ରହ କରି ଆଣିଥିବା ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ, ଗୋଟିଏ ତିନିଜଣିଆ ଟିମ୍‌ରେ ମାଜିଷ୍ଟ୍ରେଟ ଭାବେ ସହାୟକ ଜିଲାପାଳ କାର୍ତ୍ତିକନାଥ ମଣ୍ଡଳ, ଜିଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ଜେନା ଓ ଭଦ୍ରକ ବ୍ଲକ ମଙ୍ଗଳ ଅଧିକାରୀ ଶ୍ରୀଲେଖା ନାୟକ ଭଦ୍ରକ ଉପକଣ୍ଠ ଏକ ଡିପ୍ଲୋମା ଇଞ୍ଜିନିୟରିଂ କଲେଜରେ ଦ୍ୱିତୀୟ ଥର ପାଇଁ ଯାଞ୍ଚ କରି ଫେରିଛନ୍ତି। ଅନ୍ୟ ଏକ ତିନିଜଣିଆ ଟିମ୍‌ରେ ତିହିଡ଼ି ମଙ୍ଗଳ ଅଧିକାରୀ ଜ୍ଞାନେନ୍ଦ୍ର କୁମାର ସାମଲ, ଧାମନଗର ମଙ୍ଗଳ ଅଧିକାରୀ ମନ୍ମଥ କୁମାର ନନ୍ଦ ଓ ବନ୍ତ ମଙ୍ଗଳ ଅଧିକାରୀ ସାଉନା ମାଝି ଅସୁରାଳିସ୍ଥିତ ଏକ ଆଇଟିଆଇ ଓ ଇଞ୍ଜିନିୟରିଂ କଲେଜରେ ପହଞ୍ଚି ଯାଞ୍ଚ କରିଥିଲେ। ଏହି ଦୁଇ ଟିମ୍‌ ତଦନ୍ତ କରି ଜିଲାପାଳଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିବେ ବୋଲି ଜିଲା ମଙ୍ଗଳ ଅଧିକାରୀ ସୂଚନା ଦେଇଛନ୍ତି। ଆଗାମୀ ଦିନରେ ଜିଲାରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନରେ ଏଭଳି ଯାଞ୍ଚ ପ୍ରକ୍ରିୟା ଜାରି ରହିବ ବୋଲି ଭାରପ୍ରାପ୍ତ ଜିଲାପାଳ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri