ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ୩ ଶିକ୍ଷାନୁଷ୍ଠାନରେ ସ୍ବତନ୍ତ୍ର ଟିମ୍‌ର ଯାଞ୍ଚ

ଭଦ୍ରକ ଅଫିସ,୧୨।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଷ୍ଟାଇପେଣ୍ଡ ଲୁଟୁଛନ୍ତି। ଏ ସମ୍ପର୍କରେ ଗତ ୨୬ ତାରିଖରେ ପ୍ରଥମେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତପତ୍ର ହୋଇଉଠିଛି। ଦ୍ୱିତୀୟ ଥର ପାଇଁ ଭାରପ୍ରାପ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଦୁଇଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ୩ଟି ଶିକ୍ଷାନୁଷ୍ଠାନରେ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଚଢ଼ାଉ ବେଳେ ଅନୁଷ୍ଠାନଗୁଡ଼ିକରେ ପରୀକ୍ଷା ଚାଲୁଥିବାରୁ ଯାଞ୍ଚ ପ୍ରକ୍ରିୟା ସହଜ ହୋଇଥିଲା। ଉକ୍ତ ଅନୁଷ୍ଠାନର ସମୁଦାୟ କେତେ ଛାତ୍ରୀଛାତ୍ର, ସେମାନଙ୍କ ମଧ୍ୟରୁ କେତେଜଣ ଅନୁସୂଚିତ ଜାତି ଓ ଜନଜାତି, ହଷ୍ଟେଲରେ କେତେ ରହୁଛନ୍ତି, ଉକ୍ତ ଦିନ ପରୀକ୍ଷା କେତେ ଦେଉଛନ୍ତି ଓ ସେମାନଙ୍କ ଦସ୍ତଖତ ସମ୍ବଳିତ ପରୀକ୍ଷାର ଉପସ୍ଥାନ ଖାତାର ନକଲ ଦୁଇ ଟିମ୍‌ ସଂଗ୍ରହ କରି ଆଣିଥିବା ସୂଚନା ମିଳିଛି।
ମିଳିଥିବା ସୂଚନା ଅନୁଯାୟୀ, ଗୋଟିଏ ତିନିଜଣିଆ ଟିମ୍‌ରେ ମାଜିଷ୍ଟ୍ରେଟ ଭାବେ ସହାୟକ ଜିଲାପାଳ କାର୍ତ୍ତିକନାଥ ମଣ୍ଡଳ, ଜିଲା ମଙ୍ଗଳ ଅଧିକାରୀ ଜୟନ୍ତ କୁମାର ଜେନା ଓ ଭଦ୍ରକ ବ୍ଲକ ମଙ୍ଗଳ ଅଧିକାରୀ ଶ୍ରୀଲେଖା ନାୟକ ଭଦ୍ରକ ଉପକଣ୍ଠ ଏକ ଡିପ୍ଲୋମା ଇଞ୍ଜିନିୟରିଂ କଲେଜରେ ଦ୍ୱିତୀୟ ଥର ପାଇଁ ଯାଞ୍ଚ କରି ଫେରିଛନ୍ତି। ଅନ୍ୟ ଏକ ତିନିଜଣିଆ ଟିମ୍‌ରେ ତିହିଡ଼ି ମଙ୍ଗଳ ଅଧିକାରୀ ଜ୍ଞାନେନ୍ଦ୍ର କୁମାର ସାମଲ, ଧାମନଗର ମଙ୍ଗଳ ଅଧିକାରୀ ମନ୍ମଥ କୁମାର ନନ୍ଦ ଓ ବନ୍ତ ମଙ୍ଗଳ ଅଧିକାରୀ ସାଉନା ମାଝି ଅସୁରାଳିସ୍ଥିତ ଏକ ଆଇଟିଆଇ ଓ ଇଞ୍ଜିନିୟରିଂ କଲେଜରେ ପହଞ୍ଚି ଯାଞ୍ଚ କରିଥିଲେ। ଏହି ଦୁଇ ଟିମ୍‌ ତଦନ୍ତ କରି ଜିଲାପାଳଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିବେ ବୋଲି ଜିଲା ମଙ୍ଗଳ ଅଧିକାରୀ ସୂଚନା ଦେଇଛନ୍ତି। ଆଗାମୀ ଦିନରେ ଜିଲାରେ ଥିବା ବିଭିନ୍ନ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନରେ ଏଭଳି ଯାଞ୍ଚ ପ୍ରକ୍ରିୟା ଜାରି ରହିବ ବୋଲି ଭାରପ୍ରାପ୍ତ ଜିଲାପାଳ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri