ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ସାର୍ଟିଫିକେଟ୍‌ ଯାଞ୍ଚ ବେଳେ ଏମାନେ ଧରିପଡ଼ିଥିଲେ। ଅପରପକ୍ଷେ ଏହି ଘଟଣାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତର ସହ ନେଇଛନ୍ତି। ନକଲି ସାର୍ଟିଫିକେଟ୍‌ ଦେଇଥିବା ଶିକ୍ଷକଙ୍କୁ ବହିଷ୍କାର କରିବା ସହ ସେମାନଙ୍କ ବିରୋଧରେ ଥାନାରେ ଏତଲା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡାଙ୍କଠାରୁ ମିଳିଥିବା ସୂଚନା ଅନୁୁଯାୟୀ, ଗତ କିଛି ମାସ ହେଲା ଜିଲାରେ ବିଭିନ୍ନ ବର୍ଗରେ କାର୍ଯ୍ୟରତ ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ଶିକ୍ଷାଗତ ଯୋଗ୍ୟତାର ସାର୍ଟିଫିକେଟ୍‌ ଯାଞ୍ଚ କରାଯାଇଥିଲା। ଶିକ୍ଷୟିତ୍ରୀଶିକ୍ଷକମାନେ ସେମାନଙ୍କ ସାର୍ଟିଫିକେଟ୍‌ ଜିଲା ଶିକ୍ଷା ଅଧିକାରୀଙ୍କୁ କାର୍ଯ୍ୟାଳୟରେ ଦାଖଲ କରିଥିଲେ। ତେବେ ଧରାକୋଟ ବ୍ଲକର ୪ଜଣ ଶିକ୍ଷକ ଯଥା ନୂଆଁସାହି ପ୍ରାଥମିକ ବିଦ୍ୟାଳୟର ସରକାରୀ ଶିକ୍ଷକ ସନ୍ତୋଷ କୁମାର ନାହାକ, ବରଡ଼ାବିଲି ଉନ୍ନତି ଉଚ୍ଚ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ ପ୍ରଜ୍ଞା କୁମାରୀ ଗୌଡ଼, ତନର୍ଜିପଲ୍ଲୀ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ଅମରେଶ ଚନ୍ଦ୍ର ପଣ୍ଡା ଏବଂ ଝିଲିମିଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ନାରାୟଣ ବେହେରାଙ୍କ ସାର୍ଟିଫିକେଟ୍‌ ନକଲି ବୋଲି ଯାଞ୍ଚରେ ଧରାପଡ଼ିଥିଲା । ଗତ ଏକ ତାରିଖରେ ଜିଲା ଶିକ୍ଷା ଅଧିକାରୀ ପଣ୍ଡା ଏବଂ ଧରାକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏହି ଶିକ୍ଷକମାନଙ୍କ ସାର୍ଟିଫିକେଟ୍‌ ପୁନଃ ଯାଞ୍ଚ କରିଥିଲେ। ଏମାନଙ୍କ ମାଟ୍ରିକ୍‌ ମାର୍କସିଟ୍‌ ଯାଞ୍ଚ କରାଯାଇଥିଲା।

ତଦନ୍ତ ସଂପର୍କିତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଏହି ୪ଜଣ ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦେବାକୁ ଧରାକୋଟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସହକାରୀ ଶିକ୍ଷକ ସନ୍ତୋଷ କୁମାର ନାୟକଙ୍କ ବିରୋଧରେ ଏସିଏସ୍‌(ସିସିଆଣ୍ଡଏ)-୧୯୬୨ର ଧାରା ୧୫ରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ଅନ୍ୟ ୩ଜଣ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତ ରଦ୍ଧ(ବହିଷ୍କାର) ପାଇଁ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ୱତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ୱତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri