ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ସାର୍ଟିଫିକେଟ୍‌ ଯାଞ୍ଚ ବେଳେ ଏମାନେ ଧରିପଡ଼ିଥିଲେ। ଅପରପକ୍ଷେ ଏହି ଘଟଣାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁତର ସହ ନେଇଛନ୍ତି। ନକଲି ସାର୍ଟିଫିକେଟ୍‌ ଦେଇଥିବା ଶିକ୍ଷକଙ୍କୁ ବହିଷ୍କାର କରିବା ସହ ସେମାନଙ୍କ ବିରୋଧରେ ଥାନାରେ ଏତଲା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲା ଶିକ୍ଷା ଅଧିକାରୀ ଡ. ସନାତନ ପଣ୍ଡାଙ୍କଠାରୁ ମିଳିଥିବା ସୂଚନା ଅନୁୁଯାୟୀ, ଗତ କିଛି ମାସ ହେଲା ଜିଲାରେ ବିଭିନ୍ନ ବର୍ଗରେ କାର୍ଯ୍ୟରତ ଶିକ୍ଷୟିତ୍ରୀଶିକ୍ଷକମାନଙ୍କ ଶିକ୍ଷାଗତ ଯୋଗ୍ୟତାର ସାର୍ଟିଫିକେଟ୍‌ ଯାଞ୍ଚ କରାଯାଇଥିଲା। ଶିକ୍ଷୟିତ୍ରୀଶିକ୍ଷକମାନେ ସେମାନଙ୍କ ସାର୍ଟିଫିକେଟ୍‌ ଜିଲା ଶିକ୍ଷା ଅଧିକାରୀଙ୍କୁ କାର୍ଯ୍ୟାଳୟରେ ଦାଖଲ କରିଥିଲେ। ତେବେ ଧରାକୋଟ ବ୍ଲକର ୪ଜଣ ଶିକ୍ଷକ ଯଥା ନୂଆଁସାହି ପ୍ରାଥମିକ ବିଦ୍ୟାଳୟର ସରକାରୀ ଶିକ୍ଷକ ସନ୍ତୋଷ କୁମାର ନାହାକ, ବରଡ଼ାବିଲି ଉନ୍ନତି ଉଚ୍ଚ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ ପ୍ରଜ୍ଞା କୁମାରୀ ଗୌଡ଼, ତନର୍ଜିପଲ୍ଲୀ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ଅମରେଶ ଚନ୍ଦ୍ର ପଣ୍ଡା ଏବଂ ଝିଲିମିଲି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ ନାରାୟଣ ବେହେରାଙ୍କ ସାର୍ଟିଫିକେଟ୍‌ ନକଲି ବୋଲି ଯାଞ୍ଚରେ ଧରାପଡ଼ିଥିଲା । ଗତ ଏକ ତାରିଖରେ ଜିଲା ଶିକ୍ଷା ଅଧିକାରୀ ପଣ୍ଡା ଏବଂ ଧରାକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏହି ଶିକ୍ଷକମାନଙ୍କ ସାର୍ଟିଫିକେଟ୍‌ ପୁନଃ ଯାଞ୍ଚ କରିଥିଲେ। ଏମାନଙ୍କ ମାଟ୍ରିକ୍‌ ମାର୍କସିଟ୍‌ ଯାଞ୍ଚ କରାଯାଇଥିଲା।

ତଦନ୍ତ ସଂପର୍କିତ ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଏହି ୪ଜଣ ଶିକ୍ଷକଙ୍କ ନାଁରେ ଥାନାରେ ଏତଲା ଦେବାକୁ ଧରାକୋଟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସହକାରୀ ଶିକ୍ଷକ ସନ୍ତୋଷ କୁମାର ନାୟକଙ୍କ ବିରୋଧରେ ଏସିଏସ୍‌(ସିସିଆଣ୍ଡଏ)-୧୯୬୨ର ଧାରା ୧୫ରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ଅନ୍ୟ ୩ଜଣ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତ ରଦ୍ଧ(ବହିଷ୍କାର) ପାଇଁ ସର୍ବଶିକ୍ଷା ଅଭିଯାନର ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri